Posted inଖେଳ

ରାହୁଲଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌; ଟପ୍‌ ୧୦ରେ ୩ ଭାରତୀୟ

ଦୁବାଇ,୩।୨(ପି.ଟି.)- ଭାରତୀୟ ଓପନର ଲୋକେଶ ରାହୁଲ ଟି୨୦ କ୍ୟାରିୟରର ଶ୍ରେଷ୍ଠ ଦ୍ୱିତୀୟ ର଼୍ୟାଙ୍କିଙ୍ଗ୍‌ ହାସଲ କରିଛନ୍ତି। ଏହା ଦର୍ଶାଇଛି ସୋମବାର ପ୍ରକାଶ ପାଇଥିବା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌। ନ୍ୟୁଜିଲାଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ରାହୁଲ ସର୍ବାଧିକ ୨୨୪ ରନ୍‌ କରିଥିଲେ। ଏଥିରେ ଦୁଇଟି ଅର୍ଦ୍ଧଶତକ ଓ ଥରେ ୪୦ରୁ ଅଧିକ ରନ୍‌ କରିଥିଲେ। ତାଙ୍କ ସମେତ ଟପ୍‌ ୧୦ରେ ୩ ଭାରତୀୟ ବ୍ୟାଟ୍ସମ୍ୟାନ ସ୍ଥାନ ପାଇଛନ୍ତି। ସେମାନେ ହେଲେ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମା। ଉପଅଧିନାୟକ ରୋହିତ ଟପ୍‌ ୧୦କୁ ଫେରିଛନ୍ତି। ଅଧିନାୟକ କୋହଲି ୯ମ ସ୍ଥାନରେ ରହିଛନ୍ତି। ପାକିସ୍ତାନର ବାବର ଆଜମ ପୋଲ ପୋଜିଶନ ବଜାୟ ରଖିଛନ୍ତି। ଅନ୍ୟ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଶ୍ରେୟାସ ଆୟାର (୫୫ତମ ର଼୍ୟାଙ୍କ) ଓ ମନୀଷ ପାଣ୍ଡେ (୫୮ତମ)ଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି ଆସିଛି। ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ମଧ୍ୟ ଉଲ୍ଲେଖନୀୟ ଉନ୍ନତି ଆସିଛି। ଯଶପ୍ରୀତ ବୁମରା(୧୧), ୟୁଜବେନ୍ଦ୍ର ଚହଲ(୩୦) ଓ ଶାର୍ଦ୍ଦୂଳ ଠାକୁର (୫୭) ଯଥାକ୍ରମେ ୨୬, ୧୦ ଓ ୩୪ ସ୍ଥାନ ଉପରକୁ ଉଠିଛନ୍ତି। ନବଦୀପ ସଇନି (୭୧) ଓ ରବୀନ୍ଦ୍ର ଜାଡେଜା (୭୬) ମଧ୍ୟ ଉପରକୁ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

‘ଋଷିକୁଲ୍ୟା ନଦୀର ସୁରକ୍ଷା ହେଉ’

ଧରାକୋଟ,୨୧ା୨(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଋଷିକୁଲ୍ୟା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ନଦୀ ସୁରକ୍ଷା ଅଭିଯାନ ଆରମ୍ଭ ହୋଇଛି। ଗଞ୍ଜାମ ଜିଲାର ସୋରଡା ବ୍ଲକ ଅଧୀନ ଗାଜଲବାଡ଼ି ପଞ୍ଚାୟତ ପିପଳପଙ୍କାରେ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ଦେଖନ୍ତୁ ଛତିଥରା ଭିଡିଓ, ରାସ୍ତାରେ ଲୁଚିଥିଲା ମୃତ୍ୟୁ! କେହିକିଛି ବୁଝିବା ପୂର୍ବରୁ…

ସାଣ୍ଟିଆଗୋ,୨୧।୨: ଚିଲିର ରାଜଧାନୀ ସାଣ୍ଟିଆଗୋରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାର ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri