Posted inଜାତୀୟ

ରାହୁଲଙ୍କ ଉପରେ ବର୍ଷିଲେ ସ୍ମୃତି

ନୂଆଦିଲ୍ଲୀ,୪।୬: କେରଳର ସାଇଲେଣ୍ଟ ଭ୍ୟାଲି ଫରେଷ୍ଟରେ ଏକ ଗର୍ଭବତୀ ହାତୀର ମୃତ୍ୟୁକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି। ହାତୀଟିକୁ ସପୁରୀରେ ବାଣ ଭର୍ତ୍ତିକରି କେହି ଦେଇ ଦେବାରୁ ତା’ର ମୃତ୍ୟୁ ହୋଇଥିବା ସୂଚନା ରହିଛି। ଏବେ ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ଆରୋପ ଦୋଷାରୋପ ଆରମ୍ଭ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ସ୍ବୃତି ଇରାନି ଏହି ଘଟଣାକୁ ନେଇ କଂଗ୍ରେସ ନେତା ତଥା କେରଳ ଓ୍ବାୟନାଡର କଂଗ୍ରେସ ଏମ୍‌ପି ରାହୁଲଙ୍କୁ ଟାର୍ଗେଟ କରିଛନ୍ତି। ସ୍ମୃତି କହିଛନ୍ତି ରାହୁଲ ଆମେଠିର ଲୋକଙ୍କ କଥା କେବେ ଚିନ୍ତା କରି ନାହାନ୍ତି ଆଉ ଏବେ ବନ୍ୟଜନ୍ତୁଙ୍କ କଥା କେମିତି ଚିନ୍ତା କରିବେ। ଏହାସହ ପୂର୍ବତନ କେନ୍ଦ୍ରମନ୍ତ୍ରୀ ମାନେକା ଗାନ୍ଧୀ ମଧ୍ୟ ରାହୁଲଙ୍କୁ ଏହି ଘଟଣାକୁ ନେଇ ପ୍ରଶ୍ନ କରିଛନ୍ତି। ଏହି ଘଟଣାକୁ ନେଇ ରାହୁଲ କି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି ମାନେକା କହିଛନ୍ତି। କେରଳ ଦେଶର ସବୁଠାରୁ ଅଧିକ ହିଂସା ହେଉଥିବା ରାଜ୍ୟ ବୋଲି ଦର୍ଶାଇ ମାନେକା କହିଛନ୍ତି, ସେଠାକାର ଲୋକେ ରାସ୍ତା ଉପରେ ବିଷ ପକାଇ ଦିଅନ୍ତି ଯାହାଫଳରେ ୩୦୦-୪୦୦ ପକ୍ଷୀ ଓ କୁକୁର ଯେମିତି ଏକାସାଙ୍ଗେ ମରିପାରିବେ। ଏହାର ଉତ୍ତର ରଖି କଂଗ୍ରେସ କହିଛି କେରଳରେ ଯାହା ହୋଇଛି ତାହା ନିନ୍ଦନୀୟ। କିନ୍ତୁ ବିନା ଦୋଷରେ ଏହି ଘଟଣାରେ କଂଗ୍ରେସକୁ ଦୋଷାରୋପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri