Posted inଜାତୀୟ

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ

ନୂଆଦିଲ୍ଲୀ,୨୪-୫- (ପି.ଟି.):କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ ହୋଇଛି। ସବୁଠୁ ବଡ଼ କଥା ହେଲା ୬ ମାସ ପୂର୍ବେ ତିନୋଟି ପ୍ରମୁଖ ହିନ୍ଦୀଭାଷୀ ରାଜ୍ୟ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ଭାଜପାକୁ ପରାଜିତ କରି କଂଗ୍ରେସ କ୍ଷମତାକୁ ଫେରିଥିଲା। ଏହି ତିନି ରାଜ୍ୟରେ ଲୋକ ସଭା ନିର୍ବାଚନ ଫଳାଫଳ ସମ୍ପୂର୍ଣ୍ଣ ଓଲଟି ଯାଇଛି। ୨୦୧୪ ତୁଳନାରେ କଂଗ୍ରେସ ଏଥର ମାତ୍ର ୧୧ଟି ଅଧିକ ଆସନରେ ଜିତିବାକୁ ଯାଉଛି।
କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ତଳସ୍ତରରେ ଦଳର ସାଂଗଠନିକ ଦୁର୍ବଳତାକୁ ପଦାରେ ପକାଇଛି। ଦେଶର ସବୁଠୁ ପୁରୁଣା ଦଳ ଦକ୍ଷିଣ ଭାରତରେ କିଛିଟା ସଫଳତା ପାଇଥିବାବେଳେ ହିନ୍ଦୀ ଭାଷାଭାଷୀ ରାଜ୍ୟରେ ବିପୁଳ କ୍ଷତିର ସମ୍ମୁଖୀନ ହୋଇଛି। ଏପରିକି କର୍ନାଟକରେ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ସହ ମିଶି ସରକାର ଗଢ଼ିଥିବା କଂଗ୍ରେସ ମଧ୍ୟ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିପାରି ନାହିଁ। ଲୋକ ସଭା ନିର୍ବାଚନ ରାଜ୍ୟ ନିର୍ବାଚନଠାରୁ ଅଲଗା ବୋଲି କଂଗ୍ରେସ ନେତାମାନେ ଯୁକ୍ତ ବାଢ଼ୁଛନ୍ତି। ସର୍ବନିମ୍ନ ଆୟ ଯୋଜନାରେ ଗରିବ ପରିବାରଗୁଡିକୁ ବର୍ଷକୁ ୭୨ ହଜାର କୋଟି ଟଙ୍କା ସହାୟତା ଯୋଗାଇ ଦିଆଯିବ ବୋଲି କଂଗ୍ରେସ ଘୋଷଣା କରିଥିଲା। ଏହାକୁ ଜନସାଧାରଣ ଗ୍ରହଣ କରିନାହାନ୍ତି। ରାଫାଲ ଦୁର୍ନୀତି ଏବଂ ଚୌକିଦାର ଚୋର ହୈ ସ୍ଲୋଗାନ ଦେଇ ରାହୁଲ ସବୁ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରୁଥିଲେ ହେଁ ଏହା ଲୋକଙ୍କ ଚିନ୍ତାଧାରାକୁ ବଦଳାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri