ରାୟଗଡ଼ାରେ ଲୋକାର୍ପିତ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ରାୟଗଡ଼ା ଅଫିସ,୧୩ା୪: ରାୟଗଡ଼ା ଜିଲାର ଜେକେପୁର ଠାରେ ସୋମବାର ୧୦୦ ଶଯ୍ୟା ବିଶିଷ୍ଟ ଜିଲାସ୍ତରୀୟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟିତ ହୋଇଛି। ସ୍ଥାନୀୟ ଇଏସ୍‌ଆଇ ହସ୍ପିଟାଲ୍‌ରେ ଏହି ସ୍ବତନ୍ତ୍ର ଚିକିତ୍ସାଳୟ କରାଯାଇଛି। ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ଏହାକୁ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଏଠାରେ ଚିକିତ୍ସା ପାଇଁ ଭେଣ୍ଟିଲେଟର୍‌ ସହ ସ୍ବତନ୍ତ୍ର ଆଇସୋଲେଶନ୍‌ ବ୍ୟବସ୍ଥା ରହିଛି। ଏହାସହ କରୋନା ସନ୍ଦିଗ୍ଧଙ୍କ ସ୍ବାବ ପରୀକ୍ଷା ଓ ଔଷଧ କେନ୍ଦ୍ରର ସୁବିଧା ମଧ୍ୟ ରହିଛି। ଏହି ଚିକିତ୍ସାଳୟରେ ରୋଗୀଙ୍କ ଚିକିତ୍ସା ପାଇଁ ୫ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ହସ୍ପିଟାଲ ପରିବେଶକୁ ପରିଷ୍କାର ରଖିବା ପାଇଁ ସମ୍ପୂର୍ଣ୍ଣ ସାନିଟାଇଜ୍‌ ମଧ୍ୟ କରାଯାଇଥିବା ଜଣାପଡ଼ିଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲାପାଳ ବେହେରାଙ୍କ ସମେତ ଏସ୍‌ପି ଡ. ଶର୍ବଣା ବିବେକ ଏମ୍‌, ପିଡ଼ି ଅମୃତ ଋତୁରାଜ, ସିଡିଏମ୍‌ଓ ଡା. ଆର୍ତ୍ତବନ୍ଧୁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri