ରାୟଗଡ଼ାରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: କ୍ୱାରାଣ୍ଟାଇନ ସେଣ୍ଟର, ମିନି ମେଡିକାଲ କଲୋନୀ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ରାୟଗଡ଼ା,୧୦।୬: ରାୟଗଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହି କ୍ରମରେ ବୁଧବାରି ଜିଲାରୁ ୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଜିଲାର ପ୍ରଥମ ଆକ୍ରାନ୍ତ ଦିଲ୍ଲୀ ଫେରନ୍ତା ଯୁବତୀଙ୍କ ସଂସ୍ପର୍ଶରେ ଆସିଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ଯୁବତୀ ହୋଇଥିବା ବେଳେ ଅନ୍ୟ ଜଣେ ପୁରୁଷ ରହିଛନ୍ତି। ଏହି ୩ ଆକ୍ରାନ୍ତଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର କାଶୀପୁର ଏବଂ କୋଲନରା ସେବାଶ୍ରମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଇଥିଲା। ସେମାନଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ପରେ ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏଥି ସହ ଅନ୍ୟ ଆକ୍ରାନ୍ତ ଜଣକ ୩୪ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ ବୋଲି ଜଣାପଡ଼ିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ସମସ୍ତଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକ ସହ ମିନି ମେଡିକାଲ କଲୋନୀ ମଧ୍ୟ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଗଜପତି କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri