ରାୟୁଡୁଙ୍କ ଅବସର: ଚୟନକର୍ତ୍ତାଙ୍କୁ ଗମ୍ଭୀରଙ୍କ ସମାଲୋଚନା

ବର୍ମିଂହାମ,୩।୭(ପିଟି)- ଅମ୍ବାତି ରାୟୁଡୁଙ୍କ ଅବସର ପରେ ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର ବୁଧବାର ଏମ୍‌ଏସ୍‌କେ ପ୍ରସାଦଙ୍କ ନେତୃତ୍ୱାଧୀନ ଚୟନ କମିଟିକୁ ସମାଲୋଚନା କରିଛନ୍ତି। କମିଟିର ୫ ଜଣ ସଦସ୍ୟ ମିଳିତ ଭାବେ ସେତିକି ରନ୍‌ କରିନାହାନ୍ତି, ଯେତିକି ରାୟୁଡୁଙ୍କ ନାମରେ ଅଛି। ତାଙ୍କ ଅବସର ନିଷ୍ପତ୍ତି ନେଇ ମୁଁ ବହୁତ ଦୁଃଖିତ। ବିଶ୍ୱକପ୍‌ ଦଳରେ ଆହତ ସମସ୍ୟା ଯୋଗୁ ରିଷଭ ପନ୍ତ ଓ ମୟଙ୍କ ଅଗ୍ରଓ୍ବାଲଙ୍କୁ ସୁଯୋଗ ମିଳିଲା। ରାୟୁଡୁଙ୍କ ସ୍ଥାନରେ ଅନ୍ୟ କେହି ଥିଲେ ମଧ୍ୟ ଦୁଃଖ ଲାଗିଥାନ୍ତା। ମୋ ମତରେ ଚୟନକର୍ତ୍ତା ଭୁଲ ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ ତ୍ରୁଟି ଯୋଗୁ ରାୟୁଡୁ ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଚୟନକର୍ତ୍ତାଙ୍କ ନିଷ୍ପତ୍ତି ନେବାର ଦକ୍ଷତା ନାହିଁ ବୋଲି ଭାଜପା ଏମ୍‌ପି ଗମ୍ଭୀର କହିଛନ୍ତି। ସେ ଆହୁରି କହିଛନ୍ତି, ସେ ଆଇପିଏଲରେ ଓ ଦେଶ ଲାଗି ଭଲ ପ୍ରଦର୍ଶନ କରିଛନ୍ତି। ୩ ଶତକ ଓ ୧୦ ଅର୍ଦ୍ଧଶତକ ତାଙ୍କ ନାମରେ ରହିଛି। ଏହାସତ୍ତ୍ୱେ ତାଙ୍କୁ ବାଧ୍ୟ ହୋଇ ଅବସର ନେବାକୁ ପଡ଼ୁଛି। ଏହା ଭାରତୀୟ କ୍ରିକେଟ ଦୁଃଖର ମୁହୂର୍ତ୍ତ। ଗମ୍ଭୀର ରାଜନୀତିରେ ଯୋଗଦେବା ପୂର୍ବରୁ ୫୮ ଟେଷ୍ଟ ଓ ୧୪୭ ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ତାଙ୍କୁ ମଧ୍ୟ ବିଦାୟୀ ମ୍ୟାଚ୍‌ ମିଳି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri