Posted inଖେଳ

ରାୟୁଡୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବନି: ବିସିସିଆଇ

ନୂଆଦିଲ୍ଲୀ, ୧୮।୪(ପି.ଟି.)-  ବିଶ୍ୱକପ୍‌ ଦଳରେ ସ୍ଥାନ ନ ପାଇବା ପରେ ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡୁ ଟୁଇଟ୍‌ କରି ପରୋକ୍ଷରେ ଚୟନକର୍ତ୍ତାକୁ କଟୁ ସମାଲୋଚନା କରିଥିଲେ। ତେବେ ଏଥିପାଇଁ ରାୟୁଡୁଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ କୁହାଯାଇଛି। ତାଙ୍କୁ ବାସନ୍ଦ କରିବାର କୌଣସି ଯୋଜନା ନାହିଁ ବୋଲି ବୋର୍ଡ କହିଛି। ରାୟୁଡୁଙ୍କୁ ପଛରେ ପକାଇ ଚୟନକର୍ତ୍ତାମାନେ ଅଲରାଉଣ୍ଡର ବିଜୟ ଶଙ୍କରଙ୍କୁ ଦଳରେ ସାମିଲ କରିଥିଲେ। ଫଳରେ ଏଥିରେ ଅସନ୍ତୋଷ ଜାହିର କରି ରାୟୁଡୁ ୩ଡି ଚଷମାରେ ଏଥର ବିଶ୍ୱକପ୍‌ ଦେଖିବି ବୋଲି ପରିହାସ କରି ଟୁଇଟ୍‌ କରିଥିଲେ। ମୁଖ୍ୟ ଚୟନକର୍ତ୍ତା ଏମ୍‌.ଏସ୍‌.କେ. ପ୍ରସାଦ ଶଙ୍କର ଚୟନକୁ ଯଥାର୍ଥ ବୋଲି କହିଥିଲେ ଓ ତାଙ୍କ ପାଖରେ ଥ୍ରି- ଡାଇମେନସନାଲ କ୍ୱାଲିଟି ଅର୍ଥାତ୍‌ ବୋଲିଂ, ବ୍ୟାଟିଂ ଓ ଫିଲ୍ଡିଂରେ ପାରଦର୍ଶିତା ରହିଛି ବୋଲି କହିଥିଲେ। ଖାସ୍‌ ଏଥିପାଇଁ ସେ ଏହି ଚସମା ବ୍ୟବହାର କରିବେ ବୋଲି କହିଥିଲେ। ରାୟୁଡୁଙ୍କ ଟୁଇଟ୍‌ ସମ୍ପର୍କରେ ଆମେ ଅବଗତ ଅଛୁ ବୋଲି ବୋର୍ଡ ତରଫରୁ କୁହାଯାଇଛି। ତେବେ ସେ ସଧାସଳଖ ଚୟନକର୍ତ୍ତାଙ୍କୁ ସମାଲୋଚନା କରିନାହାନ୍ତି ଓ ଏବେ ବିଶ୍ୱକପ୍‌ ଯୋଗୁ ପରିସ୍ଥିତ ବେଶ୍‌ ଉଷ୍ଣ ରହିଛି। ତେଣୁ ଭାବପ୍ରବଣତାକୁ ଆମେ ସମ୍ମାନ ଦେଉଛୁ ବୋଲି ବୋର୍ଡ କହିଛନ୍ତି। ଅବଶ୍ୟ ରାୟୁଡୁଙ୍କ ସମେତ ରିଷଭ ପନ୍ତ, ନୀତିନ ସଇନୀଙ୍କୁ ବିଶ୍ୱକପ୍‌ ଦଳରେ ଷ୍ଟାଣ୍ଡ ବାଇ ଖେଳାଳିଭାବେ ପରେ ସାମିଲ କରାଯାଇଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ରାୟୁଡୁ ବିଫଳ ହୋଇଥିଲେ। ଫଳରେ ବିଶ୍ୱକପ୍‌ ଦଳରେ ତାଙ୍କୁ ସ୍ଥାନ ମିଳି ନ ଥିଲା। ରାୟୁଡୁଙ୍କ ଏହି ଟୁଇଟ୍‌କୁ ଏପର୍ଯ୍ୟନ୍ତ ୭୬,୦୦୦ ଲାଇକ ଓ ୧୨,୦୦୦ ଟିଟୁଇଟ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri