ରିକଭରି ଏଜେନ୍ସି ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ ରୋଡ,୧୩ା୯(ଡି.ଏନ୍‌.ଏ.): ବଡ଼ଗଡ଼ ଥାନା ପୋଲିସ ଗୁରୁବାର ଏକ ଘରୋଇଅର୍ଥ ଲଗାଣକାରୀ ସଂସ୍ଥାର କାର୍ଯ୍ୟାଳୟ ପରିସରରୁ ପରିଚାଳନା ନିର୍ଦ୍ଦେଶକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ସେ ହେଲେ ଢେଙ୍କାନାଳ ଜିଲା ଗଁଦିଆ ଥାନା ଅଧୀନ ନିହଲ ପ୍ରସାଦ ଅଞ୍ଚଳର ଶକ୍ତିମୟ ଭୂୟଁା(୫୨)। ସୂଚନା ଅନୁଯାୟୀ, କେତେକ ଅର୍ଥଲଗାଣକାରୀ ସଂସ୍ଥାର କଲେକ୍ସନ ଓ ରିକୋଭରି ଏଜେନ୍ସି ନେଇଥିବା ଶକ୍ତିମୟଙ୍କ ଗୌତମନଗର ଅଞ୍ଚଳରେ କାର୍ଯ୍ୟାଳୟ ରହିଛି। ପ୍ରାୟ ୧୦ବର୍ଷରୁ ଊର୍ଦ୍ଧ୍ୱ ହେବ ସେ ଏହି ଏଜେନ୍ସି ଚଳାଇ ଆସୁଥିଲେ। ବୁଧବାର ରାତିରେ ଶକ୍ତିମୟ ଗୌତମ ନଗରରେ ଥିବା ଅନ୍ୟ ଏକ କଲେକ୍ସନ ଏଜେନ୍ସି କାର୍ଯ୍ୟାଳୟକୁ ଆସିଥିଲେ। ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଉକ୍ତ କର୍ମଚାରୀ କାର୍ଯ୍ୟାଳୟକୁ ଆସିବା ପରେ ଶକ୍ତିମୟ ଏକ କୋଠରୀରେ ରଶିରେ ଝୁଲୁଥିବା ଦେଖିଥିଲେ। କୋଠରୀ ଭିତର ପଟୁ କବାଟ ବନ୍ଦ ଥିବା ଦେଖି ପୋଲିସକୁ ଖବରଦେଇଥିଲେ। ଖବରପାଇ ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ପରେ ବ୍ୟବଚ୍ଛେଦ ପାଇଁ ପୋଲିସ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା। ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୨୬/୧୯)ରୁଜୁ ହୋଇଛି। ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…

ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍‌ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…

କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri