Posted inଖେଳ

ରିଦ୍ଧିମାନ ଆହତ: କିପିଂ କଲେ ପନ୍ତ

ରାଞ୍ଚି,୨୨।୧୦(ପି.ଟି.)- ଚଳିତ ତୃତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ଇନିଂସ ଅବସରରେ ଭାରତୀୟ ଉଇକେଟକିପର ରିଦ୍ଧିମାନ ଶାହା ବାମହାତ ବୁଢ଼ା ଆଙ୍ଗୁଠିରେ ଆଘାତ ପାଇଛନ୍ତି। ତୃତୀୟ ଦିନରେ ସେ ଆହତ ହେବା ପରେ ଅନ୍ତିମ ସେସନରେ ରିଷଭ ପନ୍ତ ତାଙ୍କ ବଦଳରେ ଉଇକେଟ କିପିଂ କରିଥିଲେ। ଇନିଂସର ୨୭ତମ ଓଭରରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ବଲ୍‌କୁ କିପିଂ କରିବା ଅବସରରେ ସେ ଆଘାତ ପାଇଥିଲେ। ଜର୍ଜ ଲିଣ୍ଡ ବଲ୍‌ କଟ୍‌ କରିବାକୁ ପ୍ରୟାସ କରିଥିଲେ। ତେବେ ସେ ବଲ୍‌ ମିସ୍‌ କରିବାରୁ ରିଦ୍ଧିମାନଙ୍କ ବାମ ବୁଢ଼ା ଆଙ୍ଗୁଠିରେ ବାଜିଥିଲା। ଫିଜିଓ ନିତିନ ପଟେଲ ତାଙ୍କୁ ଡ୍ରେସିଂ ରୁମ୍‌କୁ ନେଇଯାଇଥିଲେ। ୨୦୧୭ରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ନିୟମ ଲାଗୁ ହେବା ପରେ ପନ୍ତ ଭାରତର ଦ୍ୱିତୀୟ ବଦଳ ଉଇକେଟକିପର ସାବ୍ୟସ୍ତ ହୋଇଛନ୍ତି। ପୂର୍ବରୁ ୨୦୧୮ ଜାନୁୟାରୀରେ ଖେଳାଯାଇଥିବା ଜୋହାନ୍ସବର୍ଗ ଟେଷ୍ଟରେ ପାର୍ଥତ୍ବ ପଟେଲ ବଦଳରେ ଦୀନେଶ କାର୍ତ୍ତିକ କିପିଂ କରିଥିଲେ ଓ କାର୍ତ୍ତିକ ଭାରତର ପ୍ରଥମ ବଦଳ ଉଇକେଟକିପର ସାବ୍ୟସ୍ତ ହୋଇଥିଲେ। ପୂର୍ବରୁ ମଧ୍ୟ ସେ ଆଘାତ ସମସ୍ୟା କାରଣରୁ କାନ୍ଧରେ ଅସ୍ତ୍ରୋପଚାର କରାଇଥିଲେ ଓ ୨୦ମାସ କ୍ରିକେଟରୁ ଦୂରେଇ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?