ରିଲିଜ୍‌ ହେଲା ସଞ୍ଜୟଙ୍କ କେ.ଜି.ଏଫ୍‌-୨ର ଫାଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ୬୦ତମ ଜନ୍ମଦିନ ଅବସରରେ ତାଙ୍କର ପ୍ରଶଂସକଙ୍କୁ ବଡ଼ ଉପହାର ମିଳିଛି। ସାଉଥ୍‌ର ସୁପରହିଟ ଫିଲ୍ମ ‘କେ.ଜି.ଏଫ୍‌ର ଦ୍ୱିତୀୟ ଭାଗ ‘କେ.ଜି.ଏଫ୍‌-୨’ରେ ସଞ୍ଜୟ ଦତ୍ତଙ୍କ ଅଭିନୟ ଦେଖିବାକୁ ମିଳିବ। ଏହି ଅବସରରେ ଫିଲ୍ମର ଅଭିନେତା ୟଶ ଇନ୍‌ଷ୍ଟାଗ୍ରାମରେ ସଞ୍ଜୁଙ୍କ ଫାଷ୍ଟ ଲୁକ୍‌କୁ ଜାରି କରିବା ସହ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ କ୍ୟାପସନରେ ଲେଖିଛନ୍ତି, ୬୦ବର୍ଷର ହେବା ପରେ ବି ଏହି ଖଳନାୟକଙ୍କ ପାଖରେ ଅନ୍ୟମାନେ ଫିକା ଲାଗନ୍ତି। ସେହିପରି ଏହି ଅବସରରେ ସଞ୍ଜୁ ମଧ୍ୟ ଫାଷ୍ଟ ଲୁକ୍‌କୁ ଶେୟାର କରିବା ସହ ୟଶଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପ୍ରଶାନ୍ତ ନିଲଙ୍କ ନିର୍ଦ୍ଦେଶନାରେ ତିଆରି ହୋଇଥିବା ଏହି ଫିଲ୍ମରେ ଅଧିରା ଚରିତ୍ରରେ ଅଭିନୟ କରି ସେ ବେଶ୍‌ ଉତ୍ସାହିତ ଅଛନ୍ତି ବୋଲି ସଞ୍ଜୟ ଦତ୍ତ କହିଛନ୍ତି। ଜାରି କରାଯାଇଥିବା ଫାଷ୍ଟ ଲୁକ୍‌ରେ ସଞ୍ଜୟ ଦତ୍ତଙ୍କ ପୂରା ମୁହଁ ଦେଖାଯାଉନାହିଁ। ସେ ତାଙ୍କ ମୁହଁକୁ ଏକ କପଡ଼ାରେ ଲୁଚାଇଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri