ସୋର, ୭ା୪(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢୁଛି। କରୋନା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନ ପକ୍ଷରୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି। ଜଣେ ୫ମ ଶ୍ରେଣୀ ଛାତ୍ର ନିଜ ଟିଫିନ୍ ଖର୍ଚ୍ଚରୁ ସଞ୍ଚୟ କରିଥିବା ୧ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଦାନ କରି ଉଦାହରଣ ପାଲଟିଛନ୍ତି। ସୋର ନିକଟସ୍ଥ ଗୋପାଳପୁର ଗ୍ରାମର ନିର୍ମଳ କୁମାର ବେହେରା ଓ ରୀନାରାଣୀଙ୍କ ପୁଅ ଅବିନାଶ ସୋମବାର ସୋର ତହସିଲ କାର୍ଯ୍ୟାଳୟକୁ ଆସି ଅତିରିକ୍ତ ତହସିଲଦାର ଲିପ୍ସା ରାୟଙ୍କୁ ଏହି ଅର୍ଥ ଡ୍ରାଫ୍ଟ ଆକାରରେ ପ୍ରଦାନ କରିଛନ୍ତି। ଅବିନାଶ ଏବେ ଉତ୍ତରେଶ୍ୱର ସେଣ୍ଟ ଜାଭିୟର୍ସ ହାଇସ୍କୁଲର ୫ମ ଶ୍ରେଣୀର ଛାତ୍ର। ସେ ନିଜ ଟିଫିନ୍ ଖର୍ଚ୍ଚରୁ ଏହି ଅର୍ଥ ସାଇକେଲଟିଏ କିଣିବାକୁ ସଞ୍ଚୟ କରୁଥିଲେ। କରୋନାର ଭୟାବହ ପରିସ୍ଥିତିକୁ ନଜରରେ ରଖି ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏହି ଅର୍ଥ ଅତିରିକ୍ତ ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ସେହିପରି ଦହିପୁର-ନୂଆପୁର ଗ୍ରାମ ରାଧାଗୋବିନ୍ଦଜୀଉ ମେଲଣ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୧୫ହଜାର ଟଙ୍କା ଡ୍ରାଫ୍ଟ ଆକାରରେ ପ୍ରଦାନ କରାଯାଇଛି। କମିଟି କର୍ମକର୍ତ୍ତାମାନେ ସୋର ଅତିରିକ୍ତ ତହସିଲଦାର ଲିପ୍ସା ରାୟଙ୍କ ଜରିଆରେ ଏହି ଅର୍ଥ ରିଲିଫ୍ ଫଣ୍ଡକୁ ଦାନ କରିଛନ୍ତି। ସେହିପରି ସୋର ମ୍ୟୁନିସିପାଲିଟି ଅଧୀନ ରାଇପୁର ଗ୍ରାମବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୧୧ହଜାର ଟଙ୍କାର ଏକ ଚେକ୍ ବିଧାୟକ ପର୍ଶୁରାମ ଧଡାଙ୍କୁ ଭେଟି ପ୍ରଦାନ କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

