ରିଲିଫ ପାଣ୍ଠିକୁ ହଜାରେ ଟଙ୍କା ଦେଲେ ୫ମ ଶ୍ରେଣୀ ଛାତ୍ର

ସୋର, ୭ା୪(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢୁଛି। କରୋନା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନ ପକ୍ଷରୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି। ଜଣେ ୫ମ ଶ୍ରେଣୀ ଛାତ୍ର ନିଜ ଟିଫିନ୍‌ ଖର୍ଚ୍ଚରୁ ସଞ୍ଚୟ କରିଥିବା ୧ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରି ଉଦାହରଣ ପାଲଟିଛନ୍ତି। ସୋର ନିକଟସ୍ଥ ଗୋପାଳପୁର ଗ୍ରାମର ନିର୍ମଳ କୁମାର ବେହେରା ଓ ରୀନାରାଣୀଙ୍କ ପୁଅ ଅବିନାଶ ସୋମବାର ସୋର ତହସିଲ କାର୍ଯ୍ୟାଳୟକୁ ଆସି ଅତିରିକ୍ତ ତହସିଲଦାର ଲିପ୍‌ସା ରାୟଙ୍କୁ ଏହି ଅର୍ଥ ଡ୍ରାଫ୍ଟ ଆକାରରେ ପ୍ରଦାନ କରିଛନ୍ତି। ଅବିନାଶ ଏବେ ଉତ୍ତରେଶ୍ୱର ସେଣ୍ଟ ଜାଭିୟର୍ସ ହାଇସ୍କୁଲର ୫ମ ଶ୍ରେଣୀର ଛାତ୍ର। ସେ ନିଜ ଟିଫିନ୍‌ ଖର୍ଚ୍ଚରୁ ଏହି ଅର୍ଥ ସାଇକେଲଟିଏ କିଣିବାକୁ ସଞ୍ଚୟ କରୁଥିଲେ। କରୋନାର ଭୟାବହ ପରିସ୍ଥିତିକୁ ନଜରରେ ରଖି ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଏହି ଅର୍ଥ ଅତିରିକ୍ତ ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ସେହିପରି ଦହିପୁର-ନୂଆପୁର ଗ୍ରାମ ରାଧାଗୋବିନ୍ଦଜୀଉ ମେଲଣ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧୫ହଜାର ଟଙ୍କା ଡ୍ରାଫ୍ଟ ଆକାରରେ ପ୍ରଦାନ କରାଯାଇଛି। କମିଟି କର୍ମକର୍ତ୍ତାମାନେ ସୋର ଅତିରିକ୍ତ ତହସିଲଦାର ଲିପ୍‌ସା ରାୟଙ୍କ ଜରିଆରେ ଏହି ଅର୍ଥ ରିଲିଫ୍‌ ଫଣ୍ଡକୁ ଦାନ କରିଛନ୍ତି। ସେହିପରି ସୋର ମ୍ୟୁନିସିପାଲିଟି ଅଧୀନ ରାଇପୁର ଗ୍ରାମବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧୧ହଜାର ଟଙ୍କାର ଏକ ଚେକ୍‌ ବିଧାୟକ ପର୍ଶୁରାମ ଧଡାଙ୍କୁ ଭେଟି ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri