ରିଲିଫ ଫଣ୍ଡକୁ ଶିଳ୍ପପତି ଦେଲେ ୨ଲକ୍ଷ

ରୂପ୍‌ସା, ୨୦।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶ ଓ ରାଜ୍ୟରେ ବିଭିନ୍ନ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଓ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ ଫଣ୍ଡକୁ ବିଭିନ୍ନ ବର୍ଗର ଲୋକେ ସହାୟତାର ହାତ ବଢ଼ାଇଛନ୍ତି। ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ଲଛମନଖୁଣ୍ଟା ଗ୍ରାମର ବିଶିଷ୍ଟ ଶିଳ୍ପପତି ତଥା ‘ବାବୁ ଭାଇଜାନ’ ଚଳଚ୍ଚିତ୍ରର ନିର୍ମାତା ଅବଦୁଲ ଅମିନ ଖାନ ଶନିବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨ଲକ୍ଷ ଟଙ୍କା ଆର୍ଥିକ ସହାୟତା ଦାନ କରିଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାକ୍ଷାତ କରି ସେ ଏହି ସହାୟତା ରାଶିର ଚେକ୍‌ ପ୍ରଦାନ କରିଛନ୍ତି। ଦେଶ ତଥା ରାଜ୍ୟର ଏଭଳି ବିପତ୍ତି ସମୟରେ ସବୁ ମହଲରୁ ସହଯୋଗ ପାଇଁ ସେ ଆହ୍ବାନ ଦେଇଛନ୍ତି। ଏହି ଚେକ ପ୍ରଦାନ ବେଳେ ସାମାଜିକ କର୍ମୀ ସଲିମ ଖାନ, ବରିଷ୍ଠ ଅଧିକାରୀ ତେଜପାଲ ଶର୍ମା ଓ ବିନୋଦ ସିଂ ଶେଖାୱତଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri