Posted inଖେଳ

ରିଷି କପୁରଙ୍କ ଦେହାନ୍ତରେ ସଚିନ, କୋହଲିଙ୍କ ଶ୍ରଦ୍ଧାଞ୍ଜଳି

ନୁଆଦିଲ୍ଲୀ,୩୦।୪ (ପି.ଟି.): କିମ୍ବଦନ୍ତୀ ବଲିଉଡ ଅଭିନେତା ରିଷି କପୁରଙ୍କ ଦେହାନ୍ତରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଯାଇଛି। ରିଷିଙ୍କୁ ଭାରତୀୟ କ୍ରୀଡ଼ାର ବଡ଼ବଡ଼ ତାରକାମାନେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ସମେତ ଅଧିନାୟକ ବିରାଟ କୋହଲି, ବିସ୍ଫୋରକ ଓପନର ବୀରେନ୍ଦ୍ର ସେହ୍ବାଗ ଶୋକ ପ୍ରକାଶ କରିଛନ୍ତି। ବିଶ୍ୱାସ ହେଉନାହିଁ। ଗତକାଲି ଇର୍ଫାନ ଖାନ ଓ ଆଜି ରିଷିଙ୍କ ପରଲୋକ ହୋଇଛି। ମହାନ ଅଭିନେତାମାନେ ଛାଡି ଚାଲିଯାଉଛନ୍ତି, ଏହାକୁ ଗ୍ରହଣ କରିବା ଆଦୌ ସହଜ ହେଉନାହିଁ। ତାଙ୍କ ଆତ୍ମାର ସଦ୍‌ଗତି ହେଉ ଓ ତାଙ୍କ ପରିବାର ପ୍ରତି ସମବେଦନା ଜଣାଉଛି ବୋଲି କୋହଲି ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ସେହିପରି ରିଷିଙ୍କ ପରଲୋକ ବହୁତ ଦୁଃଖ ଆଣିଦେଇଛି ବୋଲି ସଚିନ କହିଛନ୍ତି। ତାଙ୍କ ଅଭିନୀତ ସିନେମା ଦେଖି ବଡ଼ ହୋଇଛି। ଯେତେବେଳେ ଆମେ ପରସ୍ପରକୁ ଭେଟିଥାଉ ସେ ମଜାଳିଆ ଢଙ୍ଗରେ କଥା ହୋଇଥାନ୍ତି। ତାଙ୍କ ଆତ୍ମାର ସଦ୍‌ଗତି ହେଉ। ପତ୍ନୀ ନୀତୁ, ପୁଅ ରଣବୀର ଓ ପୂରା କପୁର ପରିବାରକୁ ସମବେଦନା ଜଣାଉଛି ବୋଲି ସଚିନ ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ରିଷିଙ୍କ ପରଲୋକ ଖବର ଶୁଣି କଷ୍ଟ ଅନୁଭବ କରିଛି ବୋଲି ସେହ୍ବାଗ ଟୁଇଟ୍‌ କରିଛନ୍ତି। ତାଙ୍କ ପରିବାରକୁ ସମବେଦନା ଜଣାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି। ସେହିପରି ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ୍‌ ଲକ୍ଷ୍ମଣ ମଧ୍ୟ ଟୁଇଟ କରି ଶୋକ ଜଣାଇଛନ୍ତି। ତାଙ୍କ ଆତ୍ମାର ସଦ୍‌ଗତି ହେଉ ଓ ତାଙ୍କ ପରିବାରକୁ ସମବେଦନା ଜଣାଉଛି ବୋଲି ଲକ୍ଷ୍ମଣ ଉଲ୍ଲେଖ କରିଛନ୍ତି।
ନୀତୁ, ରଣବୀରଙ୍କୁ ବାଦ୍‌ ଦେଲେ ରିଷିଙ୍କର ଜଣେ ଝିଆ ରିଦ୍ଧିମା ଅଛନ୍ତି। ଦୀର୍ଘ ୪ ଦଶନ୍ଧି ଧରି ସେ ହିନ୍ଦୀ ସିନେମା ଜଗତରେ ଛାଇ ହୋଇ ରହିଥିଲେ। ଗତ ଦୁଇ ବର୍ଷ ହେବ ସେ ଲେକୁମିଆ ସହିତ ସଂଘର୍ଷ କରିଆସୁଛନ୍ତି। ବୁଧବାର ତାଙ୍କୁ ଏଚ୍‌ଏନ୍‌ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଦେହାନ୍ତରେ କ୍ରୀଡ଼ା ଜଗତର ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଶୋକ ଜାହିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବପିଢ଼ିଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ RSS ମୁଖ୍ୟ: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଆମ୍ବେଦକର ଭବନରେ ବିଶ୍ୱମଙ୍ଗଳ୍ୟ ସଭା ଦ୍ୱାରା ଆୟୋଜିତ ‘ଯୁଗାନୁକୂଳ ମାତୃତ୍ୱ’ କାର୍ଯ୍ୟକ୍ରମରେ ଭାଷଣ ଦେଇ ସଂଘ ମୁଖ୍ୟ ମୋହନ ଭାଗବତ ଯୁବପିଢ଼ି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ…

କେସିଙ୍ଗା ଅଞ୍ଚଳରେ ବୃଦ୍ଧି ପାଉଛି ମଦ ବ୍ୟବସାୟ: ଯୁବପିଢି ନିଶାରେ ଆଶକ୍ତ

କେସିଙ୍ଗା,୨୫।୭:(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା, କାଣ୍ଡେଲ, ବୋରିଆ, ନୁନ ମାଠ, ତୁର୍ଳାଖମାନ, ତୁଣ୍ଡଳା, ବେଲଖଣ୍ଡି, ଗୋକୁଳେଶ୍ୱର, ଅଧମୁଣ୍ଡା, ଆଦି ଗ୍ରାମପଞ୍ଚାୟତ ଅଞ୍ଚଳରେ ଦେଶୀ,…

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri