ରିସର୍ଚ୍ଚ ସେଣ୍ଟର କରିବ ସ୍ୟାକ୍‌ ରୋବଟିକ୍ସ ସ୍କୁଲ

ଭୁବନେଶ୍ୱର, ୨୧।୬(ବ୍ୟୁରୋ) : ସ୍ଥାନୀୟ ସ୍ଟାର୍ଟଅପ୍‌ କମ୍ପାନୀ ସ୍ୟାକ୍‌ ରୋବଟିକ୍ସ ସ୍କୁଲ ରିସର୍ଚ୍ଚ ସେଣ୍ଟର ଆରମ୍ଭ କରିବା ନେଇ ଘୋଷଣା କରିଛି। ସ୍ୟାକ ରୋବଟିକ୍ସ ରୋବଟିକ୍‌ ଶିକ୍ଷା ପ୍ରଦାନ କ୍ଷେତ୍ରରେ କାର୍ଯ୍ୟ କରିବା ସହ ରୋବର୍ଟ ଖେଳନା, ରୋବର୍ଟ ଡିଆଇୱାଇ କିକ୍‌ ଏବଂ ରୋବର୍ଟ ଡିଜାଇନ୍‌, ଡେଭଲପ, ରିସର୍ଚ୍ଚ କରିବା ସହ ବିକ୍ରୟ ମଧ୍ୟ କରିଥାଏ। ଗୁରୁବାର ଏ ବିଷୟ ଘୋଷଣା କରି ସ୍ୟାକ୍‌ ରୋବଟିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା ସାକ୍ୟସିଂହ ମହାପାତ୍ର କହିଥିଲେ, ସ୍ୟାକ୍‌ ରୋବଟିକ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ସ୍ଟାର୍ଟଅପ୍‌ ଓଡିଶା ଏବଂ ସ୍ଟାର୍ଟଅପ୍‌ ଇଣ୍ଡିଆର ରେଜିଷ୍ଟ୍ରିଭୁକ୍ତ କମ୍ପାନୀ। ଯାହାକି ରୋବଟିକ୍‌ ରିସର୍ଚ୍ଚ ଏବଂ ଶିକ୍ଷା ସହ ଯୁକ୍ତ। ସାରା ଭାରତରେ ଏକ ଲକ୍ଷ୍ୟରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ରୋବଟିକ୍ସ ଶିକ୍ଷା ପ୍ରଦାନ କରୁଛୁ। ଏହି ମର୍ମରେ ଆମେ ସ୍ୟାକ୍‌ ରୋବଟିକ୍ସ ରିସର୍ଚ୍ଚ ସ୍ୟାକ୍‌, ରୋବଟିକ୍ସ ରିସର୍ଚ୍ଚ ସେଣ୍ଟର ଆରମ୍ଭ କରିବା ବିଷୟ ଘୋଷଣା କରିଛୁ ବୋଲି କହିଥିଲେ। ବିଗତଦିନର ଅଭିଜ୍ଞତାରୁ ଆମେ ଲକ୍ଷ୍ୟ କରିଛୁ ଯେ, ଭାରତରେ ରୋବଟିକ୍ସ ଶିକ୍ଷା ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକାରୀ ହୋଇପାରିନାହିଁ। ତେଣୁ ଆମେ ଏହି ରୋବଟିକ୍ସ ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଅନେକ ଦିନ ଧରି ରିସର୍ଚ୍ଚ କରି ସ୍କୁଲ ଛାତ୍ରୀଛାତ୍ରମାନଙ୍କ ପାଇଁ ଏକ ଅତୁଳନୀୟ ରୋବଟିକ୍ସ ପାଠ୍ୟକ୍ରମ ପ୍ରସ୍ତୁତ କରିଛୁ ସେ ସକାଶେ ଏକ ରିସର୍ଚ୍ଚ ସେଣ୍ଟର ଖୋଲିବା ଲାଗି ଘୋଷଣା ହୋଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri