ରିୟଲ ଇଷ୍ଟେଟ କ୍ଷେତ୍ର ପାଇଁ ଆସିବ ପ୍ୟାକେଜ

ନୂଆଦିଲ୍ଲୀ,୬-୧୧: ରିୟଲ ଇଷ୍ଟେଟ କ୍ଷେତ୍ର ଲାଗି ସରକାର ନୂଆ ପ୍ୟାଜେକ ଘୋଷଣା କରିବେ। ଏହି କ୍ଷେତ୍ର ସାମ୍ନାରେ ରହିଥିବା ବିଭିନ୍ନ ସମସ୍ୟାର ସମାଧାନ ଲାଗି ସରକାର ଏବଂ ରିଜର୍ଭ ବ୍ୟାଙ୍କ ମିଳିତ ହୋଇ କାର୍ଯ୍ୟ କରୁଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର କହିଛନ୍ତି। ନିର୍ମଳା କହିଛନ୍ତି ଯେ, ଆବଶ୍ୟକତା ଭିତ୍ତିରେ ସରକାର ସର୍ବୋତ୍ତମ ପନ୍ଥା ବାହାର କରିବା ଦିଗରେ କାର୍ଯ୍ୟ କରୁଛନ୍ତି। ଦରକାର ହେଲେ ସରକାର ବିଭିନ୍ନ ନିୟମକୁ ମଧ୍ୟ ପରିବର୍ତ୍ତନ କରିବେ ବୋଲି ନିର୍ମଳା ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜର ଏକ କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି। ରିୟଲ ଇଷ୍ଟେଟ କ୍ଷେତ୍ର ଦେଶର କୋର୍‌ ସେକ୍ଟର ଶିଳ୍ପ ସହ ଜଡିତ ଥିବାରୁ ଏକ୍ଷେତ୍ରରେ ଚାହିଦା ବଢିଲେ ଏହା ଶିଳ୍ପ ଉତ୍ପାଦନ ବୃଦ୍ଧି ଦିଗରେ ସହାୟକ ହେବା ପ୍ରସଙ୍ଗକୁ ସରକାର ଉପଲବ୍ଧି କରିଛନ୍ତି। ଏହି କ୍ଷେତ୍ରରେ ଚାହିଦା ବଢାଇବା ଲାଗି ସେପ୍ଟେମ୍ବରରେ କିଛିଟା ପଦକ୍ଷେପ ସରକାର ଘୋଷଣା କରିଥିଲେ। ଆହୁରି ଅନେକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ନିର୍ମଳା କହିଛନ୍ତି। ଯେଉଁ କ୍ଷେତ୍ରଗୁଡିକ ଲାଗି ସରକାର କିଛି ପଦକ୍ଷେପ ନେଇ ନାହାନ୍ତି ତାକୁ ମଧ୍ୟ ବିଚାର କରାଯିବ। ପୁଞ୍ଜି ନିବେଶ ନେଇ କୌଣସି ଅସୁବିଧା ନ ଥିବା ବେଳେ ନୀତି କ୍ଷେତ୍ରରେ ଅନେକ କାମ କରିବା ବାକି ରହିଛି ବୋଲି ସେ ସ୍ପଷ୍ଟ କରିଛନ୍ତି। ବିମୁଦ୍ରୀକରଣ, ରେରା ଏବଂ ଜିଏସ୍‌ଟି ଲାଗୁ ହେବା ଫଳରେ ଦେଶର ରିୟଲ ଇଷ୍ଟେଟ କ୍ଷେତ୍ର ପ୍ରଭାବିତ ହୋଇଛି। ସେହିଭଳି ଏନ୍‌ବିଏଫ୍‌ସି କ୍ଷେତ୍ରର ନଗଦ ଅଭାବ ରିୟଲ ଇଷ୍ଟେଟ କ୍ଷେତ୍ରର ସମସ୍ୟାକୁ ବଢାଇଥିବା ବିଶେଷଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri