ରିୟା @ ୩୩: ପ୍ରଯୋଜିକା ଭାବେ ସୃଷ୍ଟି କରିଛନ୍ତି ସ୍ବତନ୍ତ୍ର ପରିଚୟ

ଫିଲ୍ମ ପ୍ରଯୋଜିକା ତଥା ବଲିଉଡ୍‌ ଅଭିନେତା ଅନିଲ କପୁରଙ୍କ ଝିଅ ରିୟା କପୁର ମାର୍ଚ୍ଚ ୫ରେ ୩୩ ତମ ଜନ୍ମଦିନ ପାଳନ କରୁଛନ୍ତି। ମୁମ୍ବାଇରେ ଜନ୍ମିତ ରିୟା ଜଣେ ନିର୍ମାତା ସହ ଫ୍ୟାଶନ ଷ୍ଟାଇଲିଷ୍ଟ। ଭଉଣୀ ସୋନମଙ୍କ ସହ ମିଶି ଏକ ବ୍ରାଣ୍ଡ ଚଳାଉଛନ୍ତି ସେ।
ନ୍ୟୁୟର୍କରେ ପାଠପଢ଼ା ଶେଷ କରିବା ପରେ ରିୟା ପ୍ରଯୋଜିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ଫିଲ୍ମ ଥିଲା ୨୦୧୦ରେ ରିଲିଜ୍‌ ହୋଇଥିବା ରୋମାଣ୍ଟିକ୍‌ କମେଡି ‘ଆୟଶା’ । ଏଥିରେ ଭଉଣୀ ସୋନମ ପ୍ରମୁଖ ଚରିତ୍ରରେ ଅଭିନୟ କରିଥିଲେ। ମାତ୍ର ଏହା ବକ୍ସ ଅଫିସରେ ସେତେଟା ଭଲ ବ୍ୟବସାୟ କରିପାରି ନ ଥିଲା। ୨୦୧୪ରେ ତାଙ୍କର ଦ୍ୱିତୀୟ ଫିଲ୍ମ ‘ଖୁବ୍‌ସୁରତ୍‌’ ରିଲିଜ୍‌ ହେଲା। ଏଥିରେ ମଧ୍ୟ ସୋନମ ପ୍ରମୁଖ ଚରିତ୍ରରେ ଅଭିନୟ କରିଥିବା ବେଳେ ଏହା ସେତେଟା ସଫଳତା ପାଇପାରିଲା ନାହିଁ। ପରେ ଫିଲ୍ମ ‘ଭିରେ ଦି ଓ୍ବେଡିଂ’ ନିର୍ମାଣ କରିଥିଲେ। ଏଥିରେ ସୋନମ, କରୀନା କପୁର, ସ୍ବରା ଭାସ୍କର ଏବଂ ଶିଖା ତଲସାନିୟାଙ୍କୁ ପ୍ରମୁଖ ଚରିତ୍ରରେ ଦେଖିବାକୁ ମିଳିଲା। ବୋଲ୍ଡ କାହାଣୀ ପାଇଁ ଫିଲ୍ମଟି ବିବାଦୀୟ ହୋଇଥିଲା। ମାତ୍ର ଏହା ବକ୍ସ ଅଫିସରେ ଭଲ ବ୍ୟବସାୟ କରିଥିଲା। ରିୟା ଏବେ କରଣ କୁଲାନୀଙ୍କୁ ଡେଟ୍‌ କରୁଛନ୍ତି। ସେମାନଙ୍କର ଅନେକ ଫଟୋ ସୋସିଆଲ ମିଡିଆରେ ଘୁରିବୁଲୁଛି। ମୋଟାମୋଟି ଭାବେ କହିବାକୁ ଗଲେ ରିୟା ନିଜର ଚୁଲ୍‌ବୁଲି ଏବଂ ବୋଲ୍ଡ ଅନ୍ଦାଜ ପାଇଁ ପ୍ରଶଂସକଙ୍କ ପ୍ରିୟ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri