ରୁକୁଣା ରଥଯାତ୍ରା: ଗଡ଼ିବନି ରଥ, କେବଳ ହେବ ନୀତି : ନିଷ୍ପତ୍ତି ଶୁଣାଇଲା ପ୍ରଶାସନ, ଲିଖିତ ଦେଲେନି

ପୁରୁଣା ଭୁବନେଶ୍ୱର, ୩୧ା୩ (ଡି.ଏନ୍‌.ଏ.) – ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରା ଚଳିତ ବର୍ଷ ଏବେବି ଅନିଶ୍ଚିତତା ମଧ୍ୟରେ ରହିଛି। କରୋନା କଟକଣା ଓ ଲକ୍‌ଡାଉନ୍‌ ପାଇଁ ପ୍ରଶାସନ କୌଣସି ପରିସ୍ଥିତିରେ ରଥଯାତ୍ରା ପାଇଁ ରାଜି ହେଉ ନ ଥିବାବେଳେ ସେବାୟତମାନେ ପରମ୍ପରା ବଜାୟ ରଖିବା ପାଇଁ ପ୍ରୟାସ ଚଳାଇଛନ୍ତି। ସୋମବାର ୪ ନିଯୋଗ ପ୍ରମୁକଙ୍କ ସହ ପ୍ରଶାସନର ଆଲୋଚନାରୁ ମଧ୍ୟ କୌଣସି ନିଷ୍କର୍ଷ ବାହାରିପାରିନି। ଅପରାହ୍ନରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ରଥଯାତ୍ରା ନ କରିବାକୁ ପ୍ରଶାସନ କହିବା ସହ କେତେକ ପ୍ରସ୍ତାବ ରଖାଯାଇଥିଲା। ରଥ କୌଣସି ପ୍ରକାର ଗଡ଼ିପାରିବ ନାହିଁ। କେବଳ ନୀତି ସମ୍ପାଦନ କରାଯାଇ ରଥ ଉପରକୁ ଠାକୁରଙ୍କୁ ନିଆଯାଇ ପାରିବ। ହେଲେ ରଥଯାତ୍ରା ପାଇଁ ପୋଲିସ ଯୋଗାଇ ଦିଆଯାଇ ପାରିବ ନାହିଁ ବୋଲି କୁହାଯିବାରୁ ସେବାୟତମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ହେଲେ ରଥଯାତ୍ରା ବନ୍ଦ ନେଇ ପ୍ରଶାସନ କୌଣସି ଲିଖିତ ନ ଦେବାରୁ ସେବାୟତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।
ମଙ୍ଗଳବାର ରଥ ପ୍ରତିଷ୍ଠା। ପରେ ଅନ୍ୟ ସମସ୍ତ ନୀତି ହେବ ବୋଲି ପୂଜାପଣ୍ଡା ନିଯୋଗ ସେବାୟତ ସଚ୍ଚିକାନ୍ତ ପୂଜାପଣ୍ଡା କହିଛନ୍ତି। ସେ କହିଛନ୍ତି, ଯଦି ବିଧାନସଭା ବସି ପାରୁଛି, ତେବେ ଯୁଗ ଯୁଗ ଧରି ଚାଲି ଆସିଥିବା ରୁକୁଣା ରଥ ପରମ୍ପରାକୁ କାହିଁକି ସରକାର ବନ୍ଦ କରିବାକୁ ଚାହୁଁଛନ୍ତି। ଏହାର ଜବାବ ଦିଆଯିବ। ପରବର୍ତ୍ତୀ ସମୟରେ ଦିଅଁଙ୍କ ନୀତିରେ ଅସହଯୋଗ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଏକାମ୍ର ଜନଜାଗରଣ ମଞ୍ଚ ପକ୍ଷରୁ ମନ୍ଦିର କାର୍ଯ୍ୟନିର୍ବାହୀଙ୍କୁ ସୋମବାର ଏକ ଦାବିପତ୍ର ଦିଆଯାଇଛି। ଠାକୁରଙ୍କ ପରମ୍ପରା ବଜାୟ ରଖିବାକୁ ବିଧି ମୁତାବକ ରଥଯାତ୍ରା କରିବାକୁ ମଞ୍ଚ ଅଧ୍ୟକ୍ଷ ଭୀଷ୍ମ ନାରାୟଣ ନାୟକ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri