ରୁଟିରେ ଗୁଆଘିଅ ଲଗାଇ ଖାଇଲେ ଓଜନ କମିବ

ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଏବଂ ଉନ୍ନତ ଜୀବନଶୈଳୀର ଆବଶ୍ୟକତା ରହିଛି। ହେଲେ ଆଜିକାଲିର ଲୋକମାନେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପରିବର୍ତ୍ତେ ଜଙ୍କ୍‌ ଫୁଡ୍‌ ଖାଇବାକୁ ବେଶି ପସନ୍ଦ କରୁଛନ୍ତି, ଯାହାକି ସ୍ବାସ୍ଥ୍ୟପାଇଁ କ୍ଷତିକାରକ। ଏଥିସହ ଅଧିକାଂଶ ଲୋକ ପରଟା ବନାଇବା ପାଇଁ ରିଫାଇନ୍‌ ବା ଡାଲ୍‌ଡା ତେଲ ବ୍ୟବହାର କରିଥା’ନ୍ତି। ଏହା ଆହୁରି ହାନିିକାରକ। ଏହି ତେଲ ପରିବର୍ତ୍ତେ ଗୁଆଘିଅର ବ୍ୟବହାର କରାଯାଇ ପାରିବ। ଘିଅ ସ୍ବାସ୍ଥ୍ୟ ପାଇଁ ଭଲ। କାରଣ ଏଥିରେ ଅନେକ ପ୍ରକାରର ପୋଷକ ତତ୍ତ୍ୱ ରହିଛି, ଯାହା ଆମ ଶରୀରକୁ ବିଭିନ୍ନ ପ୍ରକାର ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରିଥାଏ।

ଓଜନ ହ୍ରାସ ପାଇଁ: ଓଜନ କମ୍‌ କରିବା ପାଇଁ ଗୁଆଘିଅ ସବୁଠାରୁ ଲାଭଦାୟକ। ଘିଅ ଶରୀରର ମୋଟାବଲିଜିମ୍‌ ବୃଦ୍ଧି କରିଥାଏ। ଯଦ୍ଦ୍ବାରା ଓଜନ କମ୍‌ ହୋଇଥାଏ। ଏଥିସହ ଶରୀରର ମୋଟାପଣକୁ ଏନର୍ଜିରେ ମଧ୍ୟ ପରିବର୍ତ୍ତନ କରିବାରେ ସହାୟକ ହୋଇଥାଏ।

ତ୍ୱଚା ପାଇଁ: ଘିଅରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ତ୍ୱଚା ପାଇଁ ଲାଭଦାୟକ। ଏହା ମୃତକୋଷିକାକୁ ନଷ୍ଟ କରିଥାଏ, ଯଦ୍ଦ୍ବାରା ପିପଲ୍ସ ପରି ସମସ୍ୟା ଦେଖାଦେଇ ନ ଥାଏ। ତ୍ୱଚାରେ ଚମକ ଆସିଥାଏ ।

ପେଟ ପାଇଁ: ରୁଟିରେ ଘିଅ ଲଗାଇ ଖାଇବା ଦ୍ୱାରା ପେଟ ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂର ହୋଇଥାଏ। କୋଷ୍ଠକାଠିନ୍ୟ, ଏସିଡିଟି ଆଦି ସମସ୍ୟା କମ୍‌ ହୋଇଥାଏ।

କୋଲେଷ୍ଟରଲ ନିୟନ୍ତ୍ରଣ ପାଇଁ: ଘିଅ ଶରୀରର କୋଲେଷ୍ଟରଲର ମାତ୍ରାକୁ ନିୟନ୍ତ୍ରଣରେ ରଖିଥାଏ। ଏଥିସହ ଶରୀରର ରକ୍ତ ସଂଚାଳନ ଠିକ୍‌ ରଖିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri