Posted inଜାତୀୟ

ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪ା୯(ପି.ଟି.): ଭ୍ଲାଡିଭୋଷ୍ଟକରେ ବୁଧବାରଠାରୁ ଅନୁଷ୍ଠିତ ହେବାକୁ ଥିବା ପୂର୍ବାଞ୍ଚଳ ଅର୍ଥନୈତିକ ଫୋରମ୍‌ (ଇଇଏଫ୍‌)ରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆ ଗସ୍ତ କରିଛନ୍ତି। ତାଙ୍କର ଏହି ଗସ୍ତ କାଳରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ସହ ବିଭିନ୍ନ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ପ୍ରସଙ୍ଗ ଉପରେ ଆଲୋଚନା ହେବ। ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏବଂ ସେଥିରେ ବିଭିନ୍ନତା ଆଣିବା ଦୁଇଦେଶର ଲକ୍ଷ୍ୟ ବୋଲି ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀଠାରେ କହିଛନ୍ତି। ରୁଷିଆର ପୂର୍ବ ସୀମାନ୍ତ ଅଞ୍ଚଳ ଗସ୍ତ କରିବାରେ ମୋଦି ହେବେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ।
ପୁଟିନଙ୍କ ନିମନ୍ତ୍ରଣକ୍ରମେ ମୋଦି ୫ମ ପୂର୍ବାଞ୍ଚଳ ଅର୍ଥନୈତିକ ଫୋରମ୍‌ରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହା ବ୍ୟତୀତ ସେ ରୁଷିଆ ରାଷ୍ଟ୍ରପତିଙ୍କ ସହ ୨୦ତମ ଭାରତ-ରୁଷିଆ ବାର୍ଷିକ ସମିଟ୍‌ରେ ଭାଗନେବେ। ଫୋରମରେ ଯୋଗଦେଇଥିତ୍ବା ଅନ୍ୟାନ୍ୟ ବିଶ୍ୱ ନେତାଙ୍କ ସହ ବୈଠକ କରିବା ସମେତ ଉପସ୍ଥିତ ଭାରତୀୟ ଶିଳ୍ପପତି ଓ ବ୍ୟବସାୟ ପ୍ରତିନିଧିମାନଙ୍କ ସହ ମଧ୍ୟ ଆଲୋଚନା କରିବେ ବୋଲି ମୋଦି କହିଛନ୍ତି।
ଭାରତ-ରୁଷିଆ ସମ୍ପର୍କର ମୂଳଦୁଆ ବହୁତ ମଜଭୂତ। ଉଭୟ ଦେଶ ପ୍ରତିରକ୍ଷା, ବେସାମରିକ ଆଣବିକ ଶକ୍ତି ଏବଂ ମହାକାଶର ଶାନ୍ତିପୂର୍ଣ୍ଣ ବ୍ୟବହାର କ୍ଷେତ୍ରରେ ପରସ୍ପରକୁ ସହଯୋଗ କରିଆସୁଛନ୍ତି। ଦୁଇଦେଶ ମଧ୍ୟରେ ବାଣିଜ୍ୟ ଓ ପୁଞ୍ଜିନିବେଶ ସମ୍ପର୍କ ମଧ୍ୟ ଯଥେଷ୍ଟ ବୃଦ୍ଧି ପାଇଛି ବୋଲି ମୋଦି ସୂଚନା ଦେଇଛନ୍ତି। ଗସ୍ତ ଅବସରରେ ବେସାମରିକ ଆଣବିକ ସହଯୋଗ ଆହୁରି ବଢ଼ାଇବା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯିବା ସହ ସାମରିକ-ବୈଷୟିକ ସହଯୋଗ ଉପରେ ରୁଷିଆ ସହିତ ଆଲୋଚନା ହେବ। ବାର୍ଷିକ ଦ୍ୱିପାକ୍ଷିକ ବାଣିଜ୍ୟକୁ ୨୦୨୫ ସୁଦ୍ଧା ୩୦ ବିଲିୟନ ଡଲାରରେ ପହଞ୍ଚାଇବା ଉପରେ ଗୁରୁତ୍ୱ ଦିଆଯିବ ବୋଲି ଜଣାପଡିଛି। ଏହି ଅବସରରେ ପ୍ରତିରକ୍ଷା, ବାଣିଜ୍ୟ, ପୁଞ୍ଜିନିବେଶ, ଶିଳ୍ପ ସହଯୋଗ, ଶକ୍ତି, ଯୋଗାଯୋଗ, ଶିକ୍ଷା ଓ ସଂସ୍କୃତି ଆଦି କ୍ଷେତ୍ରରେ ୨୫ଟି ଚୁକ୍ତିନାମା ସ୍ବାକ୍ଷର ହେବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାରେ ବରଗଡ଼ ଏମ୍‌ପିଙ୍କ ବଡ଼ ବୟାନ, କହିଲେ…

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରାର ସ୍ଥାୟୀ ସ୍ବାଗତ ତୋରଣ ଭାଙ୍ଗିବା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ । ବିଜେଡିରୁ ବରଗଡ଼ ପୌରାଧ୍ୟକ୍ଷା କଳ୍ପନା…

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଶାନ୍ତି ଚୁକ୍ତିର ଦ୍ୱାର ଦେଶରେ ଇରାନ-ଆମେରିକା, ଖୋଲିବ କି ହର୍ମୁଜ? ଜାଣନ୍ତୁ ଅପଡେଟ ଖବର

ତେହରାନ,୨୮।୫: ଆମେରିକା ଏବଂ ଇରାନ ଉଭୟ ଏକ ଶାନ୍ତି ଚୁକ୍ତିନାମାରେ ପହଞ୍ଚିବା ନିକଟରେ ପହଞ୍ଚିଛନ୍ତି। ଆକ୍ସିଓସର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକା ଏବଂ ଇରାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୮।୫: ଓଡ଼ିଶାରେ ଭାଜପା ସରକାରକୁ ପୂରଣ ହୋଇଛି ୨ ବର୍ଷ। ଏହି ଅବସରରେ ଏକ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ABVP ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri