ରେକର୍ଡ କଲା ଭାରତ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୪୨ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଗୋଟିଏ ଦିନରେ ଦେଶରେ ଯେଉଁ ପରିମାଣରେ କରୋନା ପଜିଟିଭ ଚିହ୍ନଟ କରାଯାଇଛି ଏହା ଏପର୍ଯ୍ୟନ୍ତ ଚିହ୍ନଟର ରେକର୍ଡକୁ ଭାଙ୍ଗି ଦେଇିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୪୨ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ସୋମବାର ସକାଳ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୬,୧୬୯ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଦେଶରେ ମୋଟ କରୋନା ମୃତ୍ୟୁସଂଖ୍ୟା ୩,୦୨୯ରେ ପହଞ୍ଚିଛି। ସବୁଠାରୁ ବଡ କଥା ହେଲା ଏପର୍ଯ୍ୟନ୍ତ ୩୬,୮୨୪ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇସାରିଥିବା ବେଳେ ଏହି ହାର ଧିରେ ଧିରେ ବୃଦ୍ଧି ପାଉଛି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ସର୍ବାଧିକ ୩୩,୦୫୩ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେସୁଦ୍ଧା ସେଠାରେ ୧,୧୯୮ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ପଛକୁ ରହିଛି ଗୁଜରାଟ। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୧,୩୭୯। ସେହିପରି ତାମିଲନାଡୁରେ ୧୧,୨୨୪ ଓ ରାଜଧାନୀ ଦିଲ୍ଲୀରେ ଏବେ ପର୍ଯ୍ୟନ୍ତ ୧୦,୦୫୪ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସୂଚନାଯୋଗ୍ୟ, କରୋନା ମହାମାରୀର ସଂକ୍ରମଣକୁ ରୋକିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ୪.୦ ଘୋଷଣା କରାଯାଇଥିବା ବେଳେ ସୋମବାରଠାରୁ ଏହାକୁ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri