ରେକର୍ଡ ଭାଙ୍ଗିଲା ଡିଜେଲ: ୧୫ ଦିନ ହେଲା ବଢୁଛି ତେଲ ଦର

ନୂଆଦିଲ୍ଲୀ,୨୧।୬: ରବିବାର ତୈଳ ଦର ପେଟ୍ରୋଲ ଲିଟର ପିଛା ୩୫ ପଇସା ଏବଂ ଡିଜେଲ ୬୦ ପଇସା ବୃଦ୍ଧି ପାଇଛି। ଫଳରେ ଗତ ୨ବର୍ଷ ମଧ୍ୟରେ ଡିଜେଲ ଦର ରେକର୍ଡ ସୃଷ୍ଟି କରିଛି। ୨୦୧୮ ଅକ୍ଟୋବର ୧୬ରେ ଦେଶର ଡିଜେଲ ଦର ପ୍ରାୟ ୭୫.୬୯ପଇସା ରହିଥିଲା। ୨୧ମାସ ପରେ ପୁଣି ଥରେ ଡିଜେଲ ଦର ଆକାଶ ଛୁଆଁ ହୋଇଛି । ସେହିଭଳି ରବିବାର ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ଫଳରେ ଦର ମଧ୍ୟ ରେକର୍ଡ ପରିମାଣରେ ବୃଦ୍ଧି ପାଇଛି ବୋଲି ତୈଳ ବିପଣନ କମ୍ପାନୀ ଗୁଡିକ ସୂଚନା ଦେଇଛନ୍ତି। ଗତ ୪ ଅକ୍ଟୋବର ୨୦୧୮ ପରେ ଏହା ହେଉଛି ସର୍ବାଧିକ ତୈଳ ଦର ବୃଦ୍ଧି। ବର୍ତ୍ତମାନ ଲୋକଙ୍କର ଆର୍ଥିକ ଅବସ୍ଥା ଭଲ ନଥିବା ବେଳେ ଏହି ସମୟରେ ତେଲ ଦର ବୃଦ୍ଧି ସବୁ ବର୍ଗର ଗ୍ରାହକଙ୍କୁ ଚିନ୍ତାରେ ପକାଇଛି। ଗତ ୧୫ ଦିନ ମଧ୍ୟରେ ତେଲ ଦର ବୃଦ୍ଧି ପାଇ ଚାଲିଛି। ଆସନ୍ତା କିଛି ଦିନ ପର୍ଯ୍ୟନ୍ତ ଏଭଳି ଦର ବୃଦ୍ଧି ପାଇବ ବୋଲି କୁହାଯାଛଛି। ଅର୍ନ୍ତଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ହ୍ରାସ ନ ହେଲା ଯାଏ ଏଭଳି ସ୍ଥିତି ଜାରି ରହିବ ବୋଲି ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ପକ୍ଷରୁ କୁହାଯାଇଛି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ରବିବାର) ଦେଶର ତେଲ ଦର ବଢି ଚାଲିଛି। ଫଳରେ ଗତ ୧୫ଦିନ ମଧ୍ୟରେ ପେଟ୍ରୋଲ ଉପରେ ୭.୯୭ ଟଙ୍କା ଏବଂ ଡିଜେଲ ୮.୮୮ଟଙ୍କା ବୃଦ୍ଧି ପାଇଛି। ସୂଚନା ଅନୁସାରେ, ୨୧ ତାରିଖ ଦିନ ପେଟ୍ରୋଲ ଲିଟର ପିଛା ୩୫ ପଇସା ଏବଂ ଡିଜେଲ ୬୦ ପଇସା ବୃଦ୍ଧି ପାଇଛି। ଫଳରେ ରବିବାର ପେଟ୍ରୋଲ ଦର ୭୮.୮୮ଟଙ୍କାରୁ ବୃଦ୍ଧି ପାଇ ୭୯.୨୩ ଟଙ୍କା ଏବଂ ଡିଜେଲ ଦର ୭୭.୬୬ ଟଙ୍କାରୁ ବୃଦ୍ଧି ପାଇଁ ୭୮.୨୬ ଟଙ୍କାରେ ପହଞ୍ଚତ୍ଛି। ଏହି ଦର ବୃଦ୍ଧି ଫଳରେ ଭୁବନେଶ୍ୱରରେ ମଧ୍ୟ ପେଟ୍ରୋଲ ଲିଟର ପିଛା ୭୯.୭୮ ଟଙ୍କା ଓ ଡିଜେଲ ଲିଟର ପିଛା ୭୬.୪୭ ଟଙ୍କା ଛୁଇଁଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri