ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ

ରାଇକିଆ,୨୬।୩(ଡି.ଏନ୍‌.ଏ.): ସାରା ଦେଶ କରୋନା ମୁକାବିଲା ଲାଗି ଲକ୍‌ଡାଉନ୍‌ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି । ପ୍ରତ୍ୟେକ ଦିନ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି । ଭିଡ଼ ଯେପରି ନ ହୁଏ ଏବଂ ଗ୍ରାହକ ଯେପରି ସାମାଜିକ ଦୂରତା ରକ୍ଷା କରିପାରିବେ ତାହାକୁ ଦୃଷ୍ଟିରେ ରଖି ବିଭିନ୍ନ ଦୋକାନ ସାମ୍‌ନାରେ ରେଖାଙ୍କିତ ଚିହ୍ନ କରାଯିବା ସହ ଗ୍ରାହକଙ୍କୁ ଏହି ନିୟମ ମାନିବାକୁ ଅନୁରୋଧ କରାଯାଉଛି । ଅନ୍ୟପକ୍ଷରେ କଳାବଜାର ଯେପରି ନ ହୁଏ ସେଥିପ୍ରତି ଧ୍ୟାନ ଦିଆଯାଉଛି । ଏ ନେଇ ରାଇକିଆ ବଣିକସଂଘ ପକ୍ଷରୁ ସତନ୍ତ୍ର ନିଷ୍ପତ୍ତି ନିଆଯାଇଛି । ଅତ୍ୟାବଶ୍ୟକ ସାମଗ୍ରୀ ଯେପରି ସୁବିଧାରେ ଲୋକେ ପାଇପାରିବେ ସେ ନେଇ ସଂଘ ପକ୍ଷରୁ ବୁଧବାର ରାଇକିଆ ଥାନା ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିବା ରାଇକିଆ ବଣିକ ସଂଘ ସମ୍ପାଦକ ବିଜୟ ପଣ୍ଡା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?