ରେଣ୍ଟିର ୧୮୨ନଂ. ବୁଥ୍‌ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍‌କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍‌ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ  ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ା ଶାନ୍ତିଶୃଙ୍ଖଳାରେ ମତଦାନ ହେବ। ବୁଧବାର ନିଜେ ଯାଇ ଅନୁଧ୍ୟାନ କରି ଆସିଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଉକ୍ତ ବୁଥରେ ମାଇକ୍ରୋ ଅବଜର୍ଭର ସହ ୱେବକାଷ୍ଟିଂ ଓ ଭିଡିଓ ଗ୍ରାଫି ବ୍ୟବସ୍ଥା କରାଯାଇଥିବା ଜିଲାପାଳ କହିଛନ୍ତି। ବୁଥଟି ସମ୍ବେଦନଶୀଳ  ନ ଥିବାରୁ ଗତ ୧୮ରେ ରେଣ୍ଟି ବୁଥ୍‌ରେ ମତଦାନ ବେଳେ ଭିଡିଓଗ୍ରାଫି କିମ୍ବା ସିସି କ୍ୟାମେରା ବ୍ୟବସ୍ଥା କରାଯାଇ ନ ଥିଲ।   ଏହାର ଫାଇଦା ନେଇ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭଙ୍ଗାଯାଇଥିଲା। ମତଦାନ ଅଧାରୁ ବନ୍ଦ ରହିଥିଲା ା ଏହି ଘଟଣା ପରେ ସାନି ମତଦାନ ପାଇଁ ଏହି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରି ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗୁରୁବାର ସେଠାରେ ଆସିକା ଲୋକସଭା ଓ ସୋରଡା ବିଧାନସଭା ଆସନ ପାଇଁ ସାନି ମତଦାନ ହେବ ା ପୋଲିଂ ଦଳ ବୁଥ୍‌ରେ ପହଞ୍ଚି ସାରିଥିବା ଜିଲାପାଳ କହିଛନ୍ତି।

ସୂଚନାଯୋଗ୍ୟ, ୧୮ରେ ରେଣ୍ଟି ବୁଥ୍‌ରେ ଭୋଟ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ପହଞ୍ଚି ପ୍ରିଜାଇଡିଂ ଅଫିସରଙ୍କ କାର୍ଯ୍ୟରେ ବାଧା ଦେଇଥିଲେ ା ପରେ ସୋରଡା ବିଧାନସଭା ଆସନ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌କୁ ସେ ଭାଙ୍ଗି ଦେଇଥିଲେ ା ଫଳରେ ସେଠାରେ ଭୋଟ ଅଧାରୁ ବନ୍ଦ ହୋଇଯାଇଥିଲା ା ଇଭିଏମ୍‌ ଭାଙ୍ଗିବା ଘଟଣାରେ ସୋରଡା ପୋଲିସ ଏକ ମାମଲା ରୁଜୁ କରି ନୀଳମଣିଙ୍କୁ ୧୮ ତାରିଖ ରାତିରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତାଙ୍କୁ ସୋରଡା ଜେଲକୁ ପଠାଇ ଦିଆଯାଇଥିଲା ା ଏନେଇ ଏକ ରିପୋର୍ଟ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସିଇଓଙ୍କୁ ପ୍ରଦାନ କରାଯାଇଥିଲା ା ଏହାପରେ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି  ଉକ୍ତ ବୁଥ୍‌ରେ ସାନି ମତଦାନ ପାଇଁ ଘୋଷଣା ହୋଇଥିଲା ା  ଅନ୍ୟପକ୍ଷରେ ୧୮ରେ କେତେକ ବୁଥ୍‌ରେ ଭୋଟ ଗ୍ରହଣ ବେଳେ ରିଗିଂ ହୋଇଥିବା ଅଭିଯୋଗ ନେଇ ନୀଳମଣିଙ୍କ ପକ୍ଷରୁ ସୋରଡା ଥାନାରେ ଦିଆଯାଇଥିବା ଏତଲା ଉପରେ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଚାଲିଯିବା ପରେ ବାପଘରୁ ଆଣିଥିବା ସମ୍ପତ୍ତିକୁ ଫେରାଇ ନେଲେ ବୋହୂ, ହୋଇଥିଲେ…

ଛତ୍ରପୁର,୨୩।୫(ଦିଲ୍ଲୀପ ସାମଲ): ବିବାହର ଦେଢ଼ ବର୍ଷ ପରେ ଚାଲିଗଲେ ସ୍ବାମୀ । ନିଜ ବାପଘରୁ ଆଣିଥିବା ସମ୍ପତ୍ତିକୁ ନେଇ ବାପଘରକୁ ଚାଲିଗଲେ ବୋହୂ। ଏଭଳି ଏକ...

ଘାରିଲା ରାତାରାତି ବଡ଼ଲୋକ ହେବାର ସ୍ବପ୍ନ : ବନ୍ଧାହେଲେ ୪ ଜଣ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ): ଗୋଟିଏ ପଟେ ବେକାରି ସମସ୍ୟା ବଢୁଛି। ଅନ୍ୟ ପଟେ ଅପରାଧ ମଧ୍ୟ ବଢୁଛି। ଏହିଭଳି ପରିସ୍ଥିତିରେ କିଛି ଲୋକ ବେନିୟମ ଭାବେ କମ...

ଝିଅ ଦେଖିବାକୁ ଆସି ଜେଲ ଗଲେ ଯୁବକ: ଜାଣନ୍ତୁ ପୁରା ଘଟଣା…

ଛତ୍ରପୁର,୨୩ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ପୁଟବଗଡ଼ ଗାଁରେ ଜଣେ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଗିରଫ କରିଛି।...

ଓଟିଇଟି ପରୀକ୍ଷା ତୁରନ୍ତ ପ୍ରତ୍ୟାହାର କର: ଆନ୍ଦୋଳନ ଧମକ ଦେଲା ପ୍ରାଥମିକ ଶିକ୍ଷକ ସଂଘ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଶୁକ୍ରବାର ଓଟିଇଟି ପରୀକ୍ଷା ପ୍ରତ୍ୟାହାର ଦାବି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା...

ମା’ଙ୍କ ପାଇଁ ଗଛଟିଏ ଲଗାନ୍ତୁ, ଜଳବାୟୁ ପରିବର୍ତ୍ତନ ରୋକନ୍ତୁ

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): କେନ୍ଦ୍ର ସରକାରଙ୍କ ଅମୃତ ଯୋଜନାରେ ସ୍ଥାନୀୟ ଏନଏସି କାର୍ଯ୍ୟାଳୟ ପକ୍ଷରୁ ମା’ଙ୍କ ପାଇଁ ଗଛଟିଏ ୩ ଦିନିଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି।...

ସୁନାମ ଅର୍ଜନ କରିଥିବା କୃତି ଛାତ୍ରୀଛାତ୍ରଙ୍କ ଉଜ୍ଜଳ ଭବିଷ୍ୟତ କାମନା

ଦିଗପହଣ୍ଡି,୨୩।୫ (ଅଶେଷ ନାଥ ମିଶ୍ର) ମାଟ୍ରିକ ପରୀକ୍ଷାରେ କୃତିତ୍ବ ଅର୍ଜନ କରି ଦିଗପହଣ୍ଡି ପାଇଁ ସୁନାମ ଅର୍ଜନ କରିଥିବା କୃତି ଛାତ୍ରୀଛାତ୍ରମାନଙ୍କୁ ସ୍ଥାନୀୟ ଏନଏସି କାର୍ଯ୍ୟାଳୟ...

ଚୋରି ମାମଲାରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ: ବର୍ଷେ ସଶ୍ରମ କାରାଦଣ୍ଡ, ୨ ହଜାର ଟଙ୍କା ଜରିମାନା

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଏକ ଚୋରି ମାମଲା (ଜିଆର -୫୪୪/୨୪)ର ଚୂଡାନ୍ତ...

ବନ ବିଭାଗ କର୍ମଚାରୀଙ୍କ ଅବଦାନ ଅତୁଳନୀୟ: ସମସ୍ୟା ଦୂର କଲେ ବିଧାୟକ

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ ବନ ସେବା ସଂଘ ଭଞ୍ଜନଗର ଶାଖା କାର୍ଯ୍ୟାଳୟର ଶିଳାନ୍ୟାସ ଉତ୍ସବ ଶୁକ୍ରବାର ଅନୁଷ୍ଟିତ ହୋଇଯାଇଛି । ଏଥିରେ ଭଞ୍ଜନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri