ରେଣ୍ଟିର ୧୮୨ନଂ. ବୁଥ୍‌ରେ ସାନି ମତଦାନ ଆଜି : ଭିଡିଓଗ୍ରାଫି, ୱେବ୍‌କାଷ୍ଟିଂ ବ୍ୟବସ୍ଥା ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର/ସୋରଡ଼ା, ୨୫ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ସୋରଡା ବ୍ଲକ ୧୮୨ନଂ. ରେଣ୍ଟି ବୁଥ୍‌ରେ ଗୁରୁବାର ସାନି ମତଦାନ ହେବ ା ଏଥିପାଇଁ  ଜିଲା ପ୍ରଶାସନ ଓ ଗଞ୍ଜାମ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି ା ଶାନ୍ତିଶୃଙ୍ଖଳାରେ ମତଦାନ ହେବ। ବୁଧବାର ନିଜେ ଯାଇ ଅନୁଧ୍ୟାନ କରି ଆସିଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସନ୍ଧ୍ୟାରେ ସୂଚନା ଦେଇଛନ୍ତି। ଉକ୍ତ ବୁଥରେ ମାଇକ୍ରୋ ଅବଜର୍ଭର ସହ ୱେବକାଷ୍ଟିଂ ଓ ଭିଡିଓ ଗ୍ରାଫି ବ୍ୟବସ୍ଥା କରାଯାଇଥିବା ଜିଲାପାଳ କହିଛନ୍ତି। ବୁଥଟି ସମ୍ବେଦନଶୀଳ  ନ ଥିବାରୁ ଗତ ୧୮ରେ ରେଣ୍ଟି ବୁଥ୍‌ରେ ମତଦାନ ବେଳେ ଭିଡିଓଗ୍ରାଫି କିମ୍ବା ସିସି କ୍ୟାମେରା ବ୍ୟବସ୍ଥା କରାଯାଇ ନ ଥିଲ।   ଏହାର ଫାଇଦା ନେଇ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭଙ୍ଗାଯାଇଥିଲା। ମତଦାନ ଅଧାରୁ ବନ୍ଦ ରହିଥିଲା ା ଏହି ଘଟଣା ପରେ ସାନି ମତଦାନ ପାଇଁ ଏହି ବୁଥ୍‌କୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରି ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗୁରୁବାର ସେଠାରେ ଆସିକା ଲୋକସଭା ଓ ସୋରଡା ବିଧାନସଭା ଆସନ ପାଇଁ ସାନି ମତଦାନ ହେବ ା ପୋଲିଂ ଦଳ ବୁଥ୍‌ରେ ପହଞ୍ଚି ସାରିଥିବା ଜିଲାପାଳ କହିଛନ୍ତି।

ସୂଚନାଯୋଗ୍ୟ, ୧୮ରେ ରେଣ୍ଟି ବୁଥ୍‌ରେ ଭୋଟ ଚାଲିଥିବା ବେଳେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ପହଞ୍ଚି ପ୍ରିଜାଇଡିଂ ଅଫିସରଙ୍କ କାର୍ଯ୍ୟରେ ବାଧା ଦେଇଥିଲେ ା ପରେ ସୋରଡା ବିଧାନସଭା ଆସନ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌କୁ ସେ ଭାଙ୍ଗି ଦେଇଥିଲେ ା ଫଳରେ ସେଠାରେ ଭୋଟ ଅଧାରୁ ବନ୍ଦ ହୋଇଯାଇଥିଲା ା ଇଭିଏମ୍‌ ଭାଙ୍ଗିବା ଘଟଣାରେ ସୋରଡା ପୋଲିସ ଏକ ମାମଲା ରୁଜୁ କରି ନୀଳମଣିଙ୍କୁ ୧୮ ତାରିଖ ରାତିରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତାଙ୍କୁ ସୋରଡା ଜେଲକୁ ପଠାଇ ଦିଆଯାଇଥିଲା ା ଏନେଇ ଏକ ରିପୋର୍ଟ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସିଇଓଙ୍କୁ ପ୍ରଦାନ କରାଯାଇଥିଲା ା ଏହାପରେ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି  ଉକ୍ତ ବୁଥ୍‌ରେ ସାନି ମତଦାନ ପାଇଁ ଘୋଷଣା ହୋଇଥିଲା ା  ଅନ୍ୟପକ୍ଷରେ ୧୮ରେ କେତେକ ବୁଥ୍‌ରେ ଭୋଟ ଗ୍ରହଣ ବେଳେ ରିଗିଂ ହୋଇଥିବା ଅଭିଯୋଗ ନେଇ ନୀଳମଣିଙ୍କ ପକ୍ଷରୁ ସୋରଡା ଥାନାରେ ଦିଆଯାଇଥିବା ଏତଲା ଉପରେ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

ଶିକାର କରିବାକୁ ଜଙ୍ଗଲରେ ବୁଲୁଥିଲେ, ମାଡ଼ି ବସିଲା ତାରସିଂ ପୋଲିସ; ବନ୍ଧୁକ ସହ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଡିମିରିଝୋଲି ଜଙ୍ଗଲରୁ ପୋଲିସ ମଙ୍ଗଳବାର ଜଣେ ଶିକାରୀଙ୍କୁ ଗିରଫ କରିଛି। ସେ ହେଲେ ବଡ ଡିମିରିଝୋଲିର ସନ୍ତୋଷ…

ବ୍ଲକ ସ୍ତରୀୟ ନାଟକ, ସୁବଳୟା ଖେଳ ପଡିଆରେ ଦୁଲୁକିବ କଳା ସଂସ୍କୃତିକ ମଞ୍ଚର…

ଗଞ୍ଜାମ,୨୦।୫(ବିଦ୍ୟାଧର ସାହୁ ): ୨୦୨୦ରେ ଗଠନ ହୋଇଥିବା ଗଞ୍ଜାମ କଳା ସଂସ୍କୃତିକ ମଞ୍ଚ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଛଅ ବର୍ଷ ଧରି ନିରବିଚ୍ଛିନ୍ନ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri