ରେନିକୋଟ, ସନ୍‌ଗ୍ଲାସ୍‌ ପିନ୍ଧି କରୋନା ସହ ଯୁଦ୍ଧ କରୁଛନ୍ତି ଡାକ୍ତର

ସିଲିଗୁଡି,୩୧।୩: ସାରା ବିଶ୍ୱରେ ୩୭ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇସାରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୭ ହୋଇଥିବା ବେଳେ ସେଥିମଧ୍ୟରୁ ୩୯ଜଣଙ୍କର ମୃତ୍ୟୁ ଘଟିସାରିଛି। ଇତିମଧ୍ୟରେ କରୋନା ବିରୋଧରେ ଯୁଦ୍ଧ ଲଢ଼ୁଥିବା ଡାକ୍ତର ଓ ମେଡିକାଲ ଷ୍ଟାଫ୍‌ଙ୍କ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ହେଲେ ଏହାପରେ ବି କରୋନାରୁ ସୁରିକ୍ଷିତ ରହିବା ପାଇଁ ସେମାନଙ୍କୁ ଜରୁରୀ କିଟ୍‌ ମିଳିପାରୁ ନ ଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗ ପଶ୍ଚିମବଙ୍ଗରୁ ଆସିଛି। ସିଲିଗୁଡିର ଉତ୍ତର ବଙ୍ଗରେ ମେଡିକାଲ କଲେଜ୍‌ରେ କରୋନା ଭାଇରସ୍‌ର ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରିବା ସମୟରେ ସୁରକ୍ଷା ବର୍ତ୍ତିବା ପାଇଁ ଡାକ୍ତରଙ୍କୁ ପିପିଇ କିଟ୍‌, ଲାବ୍ରୋଟାରି ଗ୍ଲାସ୍‌ ଓ ସର୍ଜିକାଲ ବା ଏନ୍‌-୯୫ ମାସ୍କ ଉପଲବ୍ଧ କରାଯାଉନାହିଁ ବୋଲି ଅଭିଯୋଗ ହୋଇଛି। ଏହା ବଦଳରେ ସେମାନଙ୍କୁ ବେଡଶିଟ୍‌ର ମାସ୍କ, ସନ୍‌ଗ୍ଲାସ୍‌ ଓ ରେନିକୋଟ ଦିଆଯାଉଥିବା ଜଣାପଡ଼ିଛି। ଆଉ ଏହାକୁ ଧୋଇ ପୁନଃ ବ୍ୟବାହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଡାକ୍ତରମାନେ କହିଛନ୍ତି। ତେବେ ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଅବଗତ କଲେ ବା ସୁରକ୍ଷା କିଟ୍‌ ଯୋଗାଇଦେବାକୁ ଚାପ ପକାଇଲେ ସେ ସେମାନଙ୍କୁ ଡ୍ୟୁଟିରେ ନ ଆସିବାକୁ କହୁଛନ୍ତି ବୋଲି ଡାକ୍ତର ଶହରିଆର ଆଲମ୍‌ କହିଛନ୍ତି। ସୂଚନା ମୁତାବକ ପଶ୍ଚିମବଙ୍ଗରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିସାରିଛି। ଏଭଳି ସ୍ଥିତିରେ କରୋନାକୁ ନେଇ ରାଜ୍ୟରେ ଦେଖାଦେଇଥିବା ଅବହେଳା ସାଧାରଣ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri