ରେପୋ ରେଟ୍‌ ହ୍ରାସର ସଙ୍କେତ ଦେଲେ ସୀତାରାମନ୍‌

ନୂଆଦିଲ୍ଲୀ,୩୦-୭: ଅଗଷ୍ଟ ପ୍ରଥମ ସପ୍ତାହରେ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ମୁଦ୍ରାନୀତି ସମୀକ୍ଷା ବୈଠକ ବସିବାକୁ ଯାଉଛି। ଏହାପୂର୍ବରୁ ରେପୋ ରେଟ୍‌ ହ୍ରାସ ପାଇବା ନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସଙ୍କେତ ଦେଇଛନ୍ତି। ମିିଡିଆ ସହ ଆଲୋଚନା କାଳରେ ସେ କହିଛନ୍ତି ଯେ, ରେପୋ ରେଟ୍‌ ହ୍ରାସ ପାଉ ଏହା ତାଙ୍କର ଆନ୍ତରିକ ଇଚ୍ଛା। ଏହା ଦେଶ ପାଇଁ ନିଶ୍ଚିତ ଭାବେ ଶୁଭ ସଙ୍କେତ ହେବ। ସେ କହିଛନ୍ତି ଯେ, ଆର୍‌ବିଆଇ ରେପୋ ରେଟ୍‌ ହ୍ରାସ କରିବା ମାତ୍ରେ ବ୍ୟାଙ୍କଗୁଡିକ ଏହାର ଫାଇଦା ଗ୍ରାହକଙ୍କୁ ଦେବେ ବୋଲି ସମସ୍ତେ ଆଶାକରନ୍ତି। କାରଣ ଏହାଦ୍ୱାରା ଗୃହ ଋଣ, ଅଟୋ ଋଣ ତଥା ଅନ୍ୟ ସମସ୍ତ ପ୍ରକାର ଋଣ ଶସ୍ତା ହେବ। ଅର୍ଥମନ୍ତ୍ରୀ କହିଛନ୍ତି ଯେ, ମୁଦ୍ରାନୀତି ସ୍ଥିର କରିବା ବେଳେ ଆର୍‌ବିଆଇ ଉଦାର ମନୋଭାବ ଆପଣାଇବ ବୋଲି ତାଙ୍କର ଆଶା। ଇତିମଧ୍ୟରେ କେନ୍ଦ୍ରୀୟ ବ୍ୟାଙ୍କ ୦.୭୫% ରେପୋ ରେଟ୍‌ ହ୍ରାସ କରିସାରିଛନ୍ତି। ଆହୁରି କମାଇବାର ଆଶା ରହିଛି। ତେବେ ବିଶେଷଜ୍ଞଙ୍କ କହିବାନୁଯାୟୀ ପୁଣି ଥରେ ସୁଧ ହାର ହ୍ରାସ କରିବା ଅପେକ୍ଷା ପୂର୍ବରୁ ହ୍ରାସ ପାଇଥିବା ସୁଧ ହାର ଯେପରି ଗ୍ରାହକଙ୍କ ନିକଟରେ ପହଞ୍ଚତ୍ବ ତାହା ଆର୍‌ବିଆଇ ଦେଖୁ। ନିକଟରେ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସ ରେପୋ ରେଟ ହ୍ରାସର ଫାଇଦା ଗ୍ରାହକଙ୍କୁ ଦେବା ଲାଗି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ କହିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

LKG ଛାତ୍ରଙ୍କୁ ଚାପୁଡ଼ା ମାରିଲେ ଶିକ୍ଷୟିତ୍ରୀ: ହଠାତ୍‌ ଘଟିଗଲା ଏମିତି କିଛି, ଦେଖନ୍ତୁ ଛାତିଥରା VIDEO

ବିଶାଖାପାଟଣା,୨୨।୮: ବିଶାଖାପାଟଣାର ଏକ ସ୍କୁଲର ହୃଦୟ ବିଦାରକ ସିସିଟିଭି ଫୁଟେଜ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଜଣେ ନିର୍ଦ୍ଦୋଷ ୬ ବର୍ଷର ଶିଶୁକୁ ଜଣେ ଶିକ୍ଷୟିତ୍ରୀ ତା’ର…

ରାହୁଲଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଉତ୍ତେଜନା; NSUI-ABVP ସମର୍ଥକଙ୍କ ମଧ୍ୟରେ ହାତାହାତି

ନୂଆଦିଲ୍ଲୀ,୨୨।୮: ଅଗଷ୍ଟ ୨୧ରେ ପୁଣେରେ ଲୋକ ସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ନେଇ ‘ଛତ୍ରୋଂ କି ଗୁଞ୍ଜ’ (ଛାତ୍ରଙ୍କ ପ୍ରତିଧ୍ୱନି)…

ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ: ୫ ଶ୍ରମିକ ଗୁରୁତର

ତାଳଚେର,୨୨।୮(ମନୋଜ ନନ୍ଦ): ଅନୁଗୋଳ ଜିଲା କଣିହାଁ ଏନଟିପିସି ପାୱାର୍‌ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ବଙ୍କର (ବି)ରେ ଏହି ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏଥିରେ ୫ ଶ୍ରମିକ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri