ରେବତୀ ବଣିଆ ନୂଆସାହି ରାସ୍ତା ନିର୍ମାଣକୁ ବିରୋଧ, ଗ୍ରାମବାସୀଙ୍କ ରାସ୍ତାରୋକୋ

ଖଣ୍ଡପଡା,୧୫।୯(ସ୍ବ.ପ୍ର.)-ଖଣ୍ଡପଡା ବ୍ଳକ ଅଧୀନ ମର୍ଦ୍ଦରାଜପୁର ପଞ୍ଚାୟତର ରେବତୀ ବଣିଆ ନୂଆସାହି ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦ ପାଇଁ ଦାବି କରାଯାଇଛି। ଏ ନେଇ ବେଣାଗାଡିଆ ପଞ୍ଚାୟତ ଅଧୀନ ବରକୋଳି ଗ୍ରାମବାସୀ ଟାୟାର ଜାଳି ରାସ୍ତାରୋକୋ କରିବା ଯୋଗୁ ଶନିବାର ଦିନତମାମ ଖଣ୍ଡପଡା-କଣ୍ଟିଲୋ ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଖଣ୍ଡପଡା ଅତିରିକ୍ତ ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ,ଏସଡିପିଓ ଶ୍ରୀନିବାସ ମହାନ୍ତି, ଆଇଆଇସି ବିମଳ କୁମାର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଗ୍ରାମବାସୀ ଆନ୍ଦୋଳନରୁ ଓହରି ନ ଥିଲେ । ସନ୍ଧ୍ୟା ପ୍ରାୟ ସାଢେ ୫ଟାରେ ଜିଲା ପ୍ରଶାସନ ପକ୍ଷରୁ ଉପଜିଲାପାଳ ଦାୟିତ୍ୱରେ ଥିବା ଜିଲା ଆଞ୍ଚଳିକ ପରିବହନ ଅଧିକାରୀ ପ୍ରତାପ ପ୍ରତିମୟ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ଖୁବ ଶୀଘ୍ର ସମସ୍ୟା ସମାଧାନ କରାଯିବାର ପ୍ରତିଶ୍ରୁତି ଦେବାରେ ରାସ୍ତାରୋକୋ ହଟିଥିଲା ।

କଣ୍ଟିଲୋ ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାରୁ ରେବତୀ ବଣିଆ ନୂଆସାହିକୁ ସଂଯୋଗ କରୁଥିବା ରାସ୍ତା ବରକୋଳି ଗ୍ରାମବାସୀଙ୍କ ବିରୋଧ ଯୋଗୁ ଦୀର୍ଘ ବର୍ଷ ଧରି ଅଧାପନ୍ତରିଆ ଅବସ୍ଥାରେ ପଡିରହିଛି । ଶୁକ୍ରବାର ରେବତୀ ବଣିଆ ନୂଆସାହିକୁ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ଓ ରାସ୍ତାରେ ମାଟି ପଡିବାକୁ କେନ୍ଦ୍ର କରି ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା । ବରକୋଳି ଗ୍ରାମର ଶତାଧିକ ଲୋକ ରାସ୍ତା ନିର୍ମାଣ ସ୍ଥାନରେ ପହଞ୍ଚି ବିରୋଧ କରିଥିଲେ। ମାତ୍ର ନିର୍ମାଣ କାର୍ଯ୍ୟ ପ୍ରଶାସନ ପକ୍ଷରୁ ଚାଲୁ ରହିଥିବାରୁ ଏହାର ପ୍ରତିବାଦରେ ବରକୋଳି ଗ୍ରାମବାସୀ ରାଜରାସ୍ତାକୁ ଓହ୍ଲାଇଥିବା ଜଣାପଡିଛିା


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?