ରେଭେନ୍‌ଶାରେ ଅନ୍‌ଲାଇନରେ ପାଠପଢ଼ା

କଟକ ଅଫିସ,୩।୪: ଅନ୍‌ଲାଇନରେ ଚାଲିଛି ପାଠପଢା। ଅଧ୍ୟାପକମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଛାତ୍ରୀଛାତ୍ରଙ୍କର କ୍ଲାସ ନେଉଛନ୍ତି। ସାରା ଦେଶରେ ଲକ୍‌ଡାଉନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ପାଠପଢା ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ଲକ୍‌ଡାଉନ ସମୟରେ ଅଧ୍ୟାପକମାନେ ଭିଡିଓ କନଫରେନ୍ସିଂରେ ଛାତ୍ରୀଛାତ୍ରଙ୍କ କ୍ଲାସ ନେବା ପାଇଁ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗର ମୁଖ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି। ଅଧ୍ୟାପକମାନେ କ୍ଲାସ ନେଉଛନ୍ତି କି ନାହିଁ ସେ ବିଷୟରେ ଅବଗତ କରାଇବା ସହ କୋର୍ସ ଶେଷ କରିବାକୁ ମଧ୍ୟ କୁଳପତି କହିଛନ୍ତି। ଏଥିପାଇଁ ‘ଜୁମ୍‌’ ନାମକ ଏକ ଆପ୍‌ ସହଯୋଗରେ ଏକ ସମୟରେ ଶହେରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ କ୍ଲାସ ନିଆଯାଉଥିବା କୁଳପତି କହିଛନ୍ତି । ପ୍ରତିଦିନ ପୂର୍ବାହ୍ନ ୧୦ଟାରୁ କ୍ଲାସ ଆରମ୍ଭ ହେଉଛି ଏବଂ କେଉଁ ବିଷୟ ଉପରେ କ୍ଲାସ କରାଯାଉଛି ସେ ନେଇ ବିଶ୍ୱବିଦ୍ୟାଳୟକୁ ତଥ୍ୟ ଦେବାକୁ ସମସ୍ତ ଅଧ୍ୟାପକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ୱେବ୍‌ସାଇଟରୁ ମିଳିବ ପାଠ୍ୟପୁସ୍ତକ
ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ୱେବସାଇଟରେ ଛାତ୍ରୀଛାତ୍ରଙ୍କୁ ପାଠ୍ୟପୁସ୍ତକ ପାଇପାରିବେ। ଅନଲାଇନରେ ଯେଉଁ କ୍ଲାସ କରାଯିବ ତାହାର ପାଠ୍ୟପୁସ୍ତକ ବିଶ୍ୱବିଦ୍ୟାଳୟ ୱେବସାଇଟକୁ ଯାଇ ପଢିପାରିବେ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri