ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଛାତ୍ରଙ୍କୁ ମାଡ଼

କଟକ ଅଫିସ, ୩୦ା୧୦:ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲର ଜଣେ ଛାତ୍ରଙ୍କୁ ମାଡ଼ ମାରିବା ଅଭିଯୋଗରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଅଟକ ରଖିଛି। ସେ ହେଲେ ସ୍ଥାନୀୟ କଲେଜ ଛକର ଡି. ଆପ୍ପାରାଓ (୨୧)। ଛାତ୍ରଙ୍କ ଅଭିଯୋଗକ୍ରମେ ପୋଲିସ ଏ ନେଇ କେସ୍‌ ନଂ. ୨୨୧/୧୯ ରୁଜୁ କରି ଆପାରାଓଙ୍କୁ ଅଟକ ରଖି ପଚରାଉଚରା କରୁଛି।
ସୂଚନା ଅନୁଯାୟୀ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଯୁକ୍ତ ୩ରେ ପଢୁଥିବା ଜଣେ ଛାତ୍ର ବିଶ୍ୱବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ ଛିଡ଼ା ହୋଇଥିଲେ। ଏହି ସମୟରେ ଆପ୍ପାରାଓ ଏବଂ ତାଙ୍କର ଜଣେ ସାଥୀ ବାଇକରେ ଆସି ଛାତ୍ରଙ୍କୁ ଡାକିଥିଲେ। ପରେ ଦୁହେଁ ତାଙ୍କୁ ଗାଳିଗୁଲଜ କରିଥିଲେ। ଛାତ୍ର ଜଣକ ଏହାର ପ୍ରତିବାଦ କରିବାରୁ ଆପ୍ପାରାଓ ତାଙ୍କୁ ମାଡ଼ ମାରିବା ସହ ନାନା ଧମକଚମକ ଦେଇଥିଲେ। ମାଡ଼ରେ ଛାତ୍ରଙ୍କ ଆଖି ପାଖରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ହଷ୍ଟେଲର ଛାତ୍ରମାନେ ଘଟଣାସ୍ଥଳରେ ପହଞ୍ଚିବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ମାଲଗୋଦାମ ଥାନା ପୋଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆପ୍ପାରାଓ ସମ୍ପୃକ୍ତ ଛାତ୍ରଙ୍କୁ ମାଡ଼ ମାରିଥିବା ପୋଲିସ ଆଗରେ କହିଛନ୍ତି ବୋଲି ଥାନା ଅଧିକାରୀ ରବିନାରାୟଣ ଭଞ୍ଜ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri