ରେଭେନ୍‌ଶା ୱେବ୍‌ସାଇଟରୁ ମିଳୁଛି ପାଠ୍ୟପୁସ୍ତକ

କଟକ ଅଫିସ,୨୪ା୪: କରୋନା ମହାମାରୀ ପାଇଁ ଜୁନ ୧୭ତାରିଖ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଥିଲା। ଅନ୍‌ଲାଇନରେ ହେଉଥିବା କ୍ଲାସର ପାଠପୁସ୍ତକ ବିଶ୍ୱବିଦ୍ୟାଳୟ ୱେବସାଇଟରୁ ଛାତ୍ରୀଛାତ୍ରମାନେ ପାଇପାରିବେ ବୋଲି କୁହାଯାଇଥିଲା। ଗତ କିଛିଦିନ ହେବ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗ ପାଠ୍ୟପୁସ୍ତକ ୱେବସାଇଟରେ ଅପ୍‌ଲୋଡ୍‌ କରାଯାଇଛି। ଛାତ୍ରୀଛାତ୍ରମାନେ ଏଠାରୁ ସମସ୍ତ ପୁସ୍ତକ ପାଇପାରିବେ।
ସୂଚନା ଅନୁଯାୟୀ, ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଈଶାନ କୁମାର ପାତ୍ର କୋର୍ସ ସାରିବାକୁ ସମସ୍ତ ବିଭାଗର ଅଧ୍ୟାପକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିଲାଗି ଅନ୍‌ଲାଇନରେ ପାଠପଢା ଚାଲିଛି। ଅଧ୍ୟାପକମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କ୍ଲାସ ନେଉଛନ୍ତି। କ୍ଲାସ ଠିକ ଭାବେ ହେଉଛି କି ନାହିଁ ତଦାରଖ କରିବାକୁ ସମସ୍ତ ବିଭାଗର ମୁଖ୍ୟଙ୍କୁ କୁଳପତି ନିର୍ଦ୍ଦେଶ ଦେଇଛନ୍ତି। ତେବେ ବିଶ୍ୱବିଦ୍ୟାଳୟ ବନ୍ଦ ଥିବାରୁ ଛାତ୍ରୀଛାତ୍ରମାନେ ପାଠ୍ୟପୁସ୍ତକ ପାଇପାରୁନାହାନ୍ତି। ଏଥିଯୋଗୁ ସମସ୍ତ ଅଧ୍ୟାପକ ଯେଉଁ ବିଷୟରେ ପଢାଇଛନ୍ତି ତା’ର ପାଠ୍ୟପୁସ୍ତକ ବିଶ୍ୱବିଦ୍ୟାଳୟକୁ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମସ୍ତ ବିଭାଗର ଉଭୟ ସ୍ନାତକ ଏବଂ ସ୍ନାତକୋତ୍ତର ପାଠ୍ୟପୁସ୍ତକ ଏବେ ବିଶ୍ୱବିଦ୍ୟାଳୟ ୱେବସାଇଟରେ ମିଳୁଛି। ଛାତ୍ରୀଛାତ୍ର ବିଶ୍ୱିଦ୍ୟାଳୟର ଇ-ଗ୍ରନ୍ଥାଳୟକୁ ଯାଇ ପାଠ୍ୟପୁସ୍ତକ ପାଇପାରିବେ। ଆଗାମୀ ଦିନରେ ହେବାକୁ ଥିବା ପରୀକ୍ଷା ପାଇଁ ଛାତ୍ରୀଛାତ୍ରଙ୍କୁ ଏହି ପଦକ୍ଷେପ ସହାୟକ ହୋଇପାରିବ ବୋଲି କୁଳପତି ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?