ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର ଗିରଫ

ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ରେଲ୍‌ଓ୍ବେରେ ବହୁ କୋଟି ଟଙ୍କାର ପ୍ରୋଜେକ୍ଟ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ୫୦ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ରେଲ୍‌ଓ୍ବେ ଡେପୁଟି ଚିଫ୍‌ ଇଞ୍ଜିନିୟର ପ୍ରଶାନ୍ତ କୁମାର ବାଘଙ୍କୁ ସୋମବାର ପୋଲିସ ଗିରଫ କରିଛି। ଏନେଇ ଚନ୍ଦ୍ରଶେଖରପୁର ଥାନାରେ ଆଇପିସି ଦଫା ୪୨୦, ୨୯୪ ଓ ୫୦୬ରେ ମାମଲା (ନଂ.୧୮୦/୧୯) ରୁଜୁ ହୋଇଛି। ତେବେ ଅଭିଯୁକ୍ତଙ୍କ ଜଣେ ସାଙ୍ଗ ଚନ୍ଦ୍ରଶେଖରପୁର ଥାନାରେ ପହଞ୍ଚି ମାମଲା ସମାଧାନ ପାଇଁ ଚାପ ପକାଇବା ସହ ଧମକ ଚମକ ଦେଉଥିବା ଅଭିଯୋଗକାରୀ ଜଣାଇଛନ୍ତି। ସୂଚନା ଅନୁଯାୟୀ, ନୟାପଲ୍ଲୀ ଆଇଆର୍‌ସି ଭିଲେଜରେ ରହୁଥିବା ଠିକାଦାର ଚିତ୍ରସେନ ବାଘଙ୍କ ସମ୍‌ ଷ୍ଟିଲ୍‌ ନାମକ ଏକ ସଂସ୍ଥା ରହିଛି। ଅଭିଯୁକ୍ତ ପ୍ରଶାନ୍ତ ରେଲ୍‌ଓ୍ବେର ଏକ ୩୦ କୋଟିର ପ୍ରୋଜେକ୍ଟ କରାଇ ଦେବାକୁ କହି ୨୦୧୭ ଅକ୍ଟୋବରରେ ଚିତ୍ରସେନଙ୍କଠାରୁ ୫୦ଲକ୍ଷ ଟଙ୍କା ନେଇଥିଲେ। ହେଲେ ପରବର୍ତ୍ତୀ ସମୟରେ ଫାଇଲ୍‌ କାର୍ଯ୍ୟ ଚାଲିଛି କହି ସେ ୨ବର୍ଷ ସମୟ ଗଡ଼ାଇଥିଲେ। ଅଭିଯୋଗ ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସୋମବାର ସନ୍ଧ୍ୟାରେ ସେ ବରମୁଣ୍ଡା ଜଗନ୍ନାଥବିହାରସ୍ଥିତ ତାଙ୍କ ଘରେ ଥିବା ଖବର ପାଇ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା। ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଦୁଇଟି ମାମଲାରେ ଖଣ୍ଡଗିରି ଓ ଚନ୍ଦ୍ରଶେଖରପୁର ଥାନା ପୋଲିସ ପ୍ରଶାନ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri