ରେଳଧାରଣାରୁ ପୋଲିସ ଡିଏସ୍‌ପିଙ୍କ ସ୍ତ୍ରୀଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର ଅଫିସ , ୪।୬ – ସରକାରୀ ରେଳବାଇ ଥାନା (ଜିଆର୍‌ପି) ଅନ୍ତର୍ଗତ ଗୋପାଳପୁର ଓଭର ବ୍ରିଜ ତଳ ଦେଇ ଯାଇଥିବା ରେଳଧରଣାରୁ ବୁଧବାର ରାତ୍ର ୧୧ଟା ବେଳେ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା । ମୃତ ମହିଳା ଜଣଙ୍କ ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋଡ଼ିଆଳିର ମୂଳନିବାସୀ ଅନିଲ କୁମାର ପ୍ରଧାନଙ୍କ ସ୍ତ୍ରୀ ସୁଷମା ପ୍ରଧାନ (୫୪) ବୋଲି ପୋଲିସ କହିଛି । ଅନିଲ ପ୍ରଧାନ ଗଜପତି ଜିଲାରେ ପୋଲିସ ଡିଏସପି ଭାବେ କାର୍ଯ୍ୟରତ ରହିଥିବା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡାସିଂ କଳିଙ୍ଗ ନଗରରେ ଘର ଭଡା ନେଇ ରହୁଥିଲେ ବୋଲି ପୋଲିସ ସୂଚନା ଦେଇଛି। ଜିଆରପି ପୋଲିସ ଗୁରୁବାର ଏମ୍‌କେସିଜି ମେଡିକାଲରେ ମହିଳାଙ୍କ ମୃତଦେହ ଜବତ କରି ୨୨/୨୦ ଅନୁସାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।

ସୂଚନା ଅନୁଯାୟୀ, ରେଳଧରଣାରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲା। ଅନ୍ୟପଟେ ସ୍ତ୍ରୀ ସୁଷମା ଘରୁ ହଠାତ ନିଖୋଜ ହୋଇଯାଇଥିଲେ। ଅନିଲ ବହୁ ଖୋଜାଖୋଜି କରିବା ପରେ ଶେଷରେ ଖବର ପାଇ ସେ ମଧ୍ୟ ରେଳଧରଣା ନିକଟରେ ପହଞ୍ଚି ସ୍ତ୍ରୀଙ୍କ ମୃତଦେହ ଚିହ୍ନଟ କରିଥିଲେ ବୋଲି ଥାନାଧିକାରୀ ସୁକାନ୍ତ ଭୋଇ ସୂଚନା ଦେଇଛନ୍ତି । ପ୍ରାଥମିକ ତଦନ୍ତରୁ ମହିଳା ଜଣଙ୍କ ଏକ ଗୁଡ୍ସ ଟ୍ରେନ ଆଗକୁ ଆସି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ବୋଲି ସେ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରେ ପୋଡ଼ି ହୋଇଗଲେ ଛାତ୍ର: ପ୍ରଧାନଶିକ୍ଷକଙ୍କ ସମେତ ୪ ଶିକ୍ଷକଙ୍କ ଦରମା ବନ୍ଦ

ରାୟଗଡ଼ା,୬।୧: ରାୟଗଡ଼ା ଜିଲା ପାଇକଡାକୁଲୁଗୁଡ଼ା ସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଘଟିଥିବା ଅଭାବନୀୟ ଅଗ୍ନିକାଣ୍ଡ ଘଟଣାରେ ରାଜ୍ୟ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ବିଦ୍ୟାଳୟର...

‘ନୋ ପିୟୁସିସି, ନୋ ଫ୍ୟୁଏଲ’ ନୀତି ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ,୬।୧: ରାଜ୍ୟରେ ବୈଧ ପ୍ରଦୂଷଣ ମୁକ୍ତ ପ୍ରମାଣପତ୍ର (PUCC) ନଥିଲେ ଗାଡ଼ିକୁ ପେଟ୍ରୋଲ କିମ୍ବା ଡିଜେଲ ନଦେବା ପାଇଁ ସରକାର ନେଇଥିବା ନିଷ୍ପତ୍ତିକୁ ନେଇ ଓଡ଼ିଶା...

କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ: ପ୍ରଥମ ସନ୍ଧ୍ୟାରେ ଜମିଲା ଲୋକକଳାର ଆସର; କାଲି ଗାଇବେ…

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର...

ଡେଲିଭରି ଏଜେଣ୍ଟ ପରିଚୟ ଦେଇ ସାଇବର ଠକେଇ ଅଭିଯୋଗ,୨ ଜଣଙ୍କୁ ବାନ୍ଧିଲା…

ଦିଗପହଣ୍ଡି/ଚିକିଟି,୬|୧(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଲୋକଙ୍କ ଠାରୁ ବିଭିନ୍ନ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ,...

ଭାରତ ସ୍କାଉଟ ଓ ଗାଇଡ୍ସର କ୍ୟାମ୍ପୋରି ଉଦ୍‌ଘାଟିତ: ୨୪୬ ସ୍କୁଲର…

ଦିଗପହଣ୍ଡି, ୬ା୧(ଅଶେଷ ନାଥ ମିଶ୍ର)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀ ଧାମ ଆବାସିକ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ...

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି...

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri