ରେଳପଥ ଆନ୍ଦୋଳନର କର୍ଣ୍ଣଧାର: ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧନା

ନୟାଗଡ଼ ଅଫିସ,୨୩।୧୧: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ପୂର୍ବତନ ଏମ୍‌ପି ଶିବାଜୀ ପଟ୍ଟନାୟକଙ୍କୁ ଶୁକ୍ରବାର ନୟାଗଡ଼ ରେଳ ଷ୍ଟେଶନଠାରେ ସ୍ବାଗତ କରାଯାଇଛି। ରେଲୱେ ଆନ୍ଦୋଳନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବତନ ଏମ୍‌ପି ଶିବାଜୀଙ୍କୁ ସ୍ବାଗତ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା। ଶିବାଜୀ ପଟ୍ଟନାୟକ ଟ୍ରେନ୍‌ ଯୋଗେ ଖୋର୍ଦ୍ଧା ରୋଡ଼ ଟାଉନଠାରୁ ପାସେଞ୍ଜରରେ ଆସି ସକାଳ ୯ଟା ୩୦ରେ ନୟାଗଡ଼ ଷ୍ଟେଶନଠାରେ ପହଞ୍ଚତ୍ଥିଲେ। ପୂର୍ବରୁ ବାଟରେ ଖୋର୍ଦ୍ଧା ଟାଉନ ଷ୍ଟେଶନ ଓ ରାଜସୁନାଖଳା ଷ୍ଟେଶନ ଠାରେ ଶିବାଜୀଙ୍କୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ତାଙ୍କ ସହିତ ରେଳପଥ ଆନ୍ଦୋଳନର ପ୍ରମୁଖ ସଦସ୍ୟମାନେ ନୟାଗଡ଼କୁ ଆସିଥିଲେ। ଟାଉନ ଷ୍ଟେଶନଠାରୁ ଶିବାଜୀଙ୍କୁ ପାଛୋଟି ଅଣାଯାଇଥିଲା। ଏହି ଅବସରରେ ଖଣ୍ଡପଡ଼ା ରୋଡ଼ସ୍ଥିତ ନୀଳମାଧବ କଲ୍ୟାଣମଣ୍ଡପ ନିକଟରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଅଧ୍ୟାପକ ଗୋପାଳକୃଷ୍ଣ ଦାସଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ରୋଡ଼- ବଲାଙ୍ଗୀର ରେଳପଥ ପାଇଁ ଶିବାଜୀ ପଟ୍ଟନାୟକ ଏମ୍‌ପି ଥିବା ସମୟରେ ତାଙ୍କର ଅବଦାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ରେଳ ଲାଇନ୍‌ ପୂର୍ଣ୍ଣାଙ୍ଗ ହେବା ନିମନ୍ତେ ଆଗାମୀ ଆନ୍ଦୋଳନରେ ଶିବାଜୀ ଆଲୋକବର୍ତ୍ତିକା ଭଳି ଦିଗଦ୍ରଷ୍ଟା ହେବେ ବୋଲି ଅତିଥିମାନେ ମତପ୍ରକାଶ କରିଥିଲେ। ଆସନ୍ତା ମାସରୁ ଖୋର୍ଦ୍ଧାଠାରୁ ବଲାଙ୍ଗୀର ୫ଟିଯାକ ଜିଲାର କ୍ରିୟାନୁଷ୍ଠାନ କମିଟି ସଦସ୍ୟମାନଙ୍କୁ ନେଇ ଦଶପଲ୍ଲାଠାରେ ଏକ ସମ୍ମିଳନୀ କରାଯିବା ସହିତ ପରବର୍ତ୍ତୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ପାଇଁ ଏକ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। କ୍ରିୟାନୁଷ୍ଠାନ କମିଟିର ଆବାହକ ବିଶ୍ୱନାଥ ମହାପାତ୍ରଙ୍କ ସମେତ ସାମାଜିକ କର୍ମୀ ପ୍ରମୋଦ ପଟ୍ଟନାୟକ, ଗୋଦାବରୀଶ ସାହୁ, ପ୍ରଫେସର ଦୁଖୀଶ୍ୟାମ ଦାଶ, ନିରଞ୍ଜନ ମିଶ୍ର, ଶରତ ଚନ୍ଦ୍ର ବେହେରା, ଶ୍ରୀକାନ୍ତ ପଟ୍ଟନାୟକ, ଗୋଲକ ବିହାରୀ ମୁଦୁଲି,ଏସ୍‌ ଏ ମନାନ, ଅମୂଲ୍ୟ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri