ରେଳପଥ ସମସ୍ୟା, ବିକାଶ ନେଇ ଆଲୋଚନା କଲେ ୯ ଏମ୍‌ପି

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ବୁଧବାର ଖୋର୍ଦ୍ଧାରୋଡ ମଣ୍ଡଳ ପରିସୀମା ଅନ୍ତର୍ଗତ ଏମ୍‌ପିମାନଙ୍କ ସହ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପସ୍ଥିତ ଏମ୍‌ପିମାନେ ବୈଠକରେ ନିଜ ନିଜ କ୍ଷେତ୍ର ଭିତରେ ଆସୁଥିବା ରେଳପଥର ସମସ୍ୟା, ବିକାଶ ଓ ନୂତନ ପ୍ରକଳ୍ପ ବିଷୟରେ ଆଲୋଚନା ସହ ରେଳପଥକୁ ପ୍ରସ୍ତାବ ଦେଇଛନ୍ତି। ବୈଠକରେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ପୁରୀ ଏମ୍‌ପି ପିନାକୀ ମିଶ୍ର, କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ଭଦ୍ରକ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଆସ୍କା ଏମ୍‌ପି ପ୍ରମିଳା ବିଶୋଇ, ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ଏବଂ ଜଗତ୍‌ସିଂହପୁର ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ ଯୋଗଦେଇଥିଲେ। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟା ଭୂଷଣ ଓ ଖୋର୍ଦ୍ଧାରୋଡ ମଣ୍ଡଳ ପ୍ରବନ୍ଧକ ଶଶିକାନ୍ତ ସିଂ ପ୍ରମୁଖ ଯୋଗଦେଇଥିଲେ। ଏମ୍‌ପିମାନେ ଦେଇଥିବା ପ୍ରସ୍ତାବଗୁଡିକ ଜୋନସ୍ତରୀୟ ବୈଠକରେ ବିଶ୍ଲେଷଣ କରାଯିବ। ସେଠାରୁ ଉନ୍ନୀତ ହେଲେ ପ୍ରସ୍ତାବଗୁଡିକୁ ରେଳ ବୋର୍ଡକୁ ସୁପାରିସ କରାଯିବ। ବୈଠକରେ ରେଲଓ୍ବେ ନେଟଓ୍ବର୍କର ଉନ୍ନତୀକରଣ, ଷ୍ଟେଶନଗୁଡିକରେ ଅତିରିକ୍ତ ସୁବିଧା ସହ ନିର୍ଦ୍ଦିଷ୍ଟ ଷ୍ଟେଶନଗୁଡିକରେ ଟ୍ରେନ ରହଣି ବିଷୟରେ ଆଲୋଚନା ହୋଇଛି। ଏହି ଅବସରରେ ପୂର୍ବତଟ ରେଳପଥର କାର୍ଯ୍ୟ ସମୀକ୍ଷା ମଧ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri