Posted inଫୁରସତ

ରେଳଯାତ୍ରୀଙ୍କୁ ମାଟିପାତ୍ରରେ ମିଳିବ ଚା, ଜଳଖିଆ

ନୂଆଦିଲ୍ଲୀ: ଏଣିିକି ରେଳଯାତ୍ରୀମାନଙ୍କୁ ମାଟି ପାତ୍ରରେ ଖାଦ୍ୟ, ପାନୀୟ ପରଷାଯିବ। ଦେଶର ୪୦୦ ରେଳଷ୍ଟେସନରେ ଯାତ୍ରୀଙ୍କୁ ମାଟି ନିର୍ମିତ ପାତ୍ରରେ ଖାଦ୍ୟ, ପାନୀୟ ଯୋଗାଇଦେବାକୁ ରେଳ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଗୁରୁବାର ଖଦି ଓ ଗ୍ରାମୋଦ୍ୟୋଗ ଆୟୋଗ(କେଭିଆଇସି) ସୂଚନା ଦେଇଛି। ପ୍ରଧାନମନ୍ତ୍ରୀଙ୍କ ଅଭିଯାନ ଦେଶକୁ ଥରେ ମାତ୍ର ବ୍ୟବହାରଯୋଗ୍ୟ ପ୍ଲାଷ୍ଟିକ୍‌ ମୁକ୍ତ କରିବା ଦିଗରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।
କେଭିଆଇସିର ଅଧ୍ୟକ୍ଷ ବିନୟ କୁମାର ସକ୍‌ସେନା ଏକ ଜାତୀୟ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁଯାୟୀ କୁମ୍ଭାରମାନଙ୍କୁ ୩୦ହଜାର ବିଦ୍ୟୁତ୍‌ ଚାଳିତ କୁମ୍ଭାର ଚକ(ଇଲେକ୍ଟ୍ରିକ୍‌ ପୋଟର୍‌ ହ୍ବିଲ୍‌ସ୍‌) ଏବଂ ମାଟି ପାତ୍ରଗୁଡ଼ିକୁ ନଷ୍ଟ କରି ପୁନଃବ୍ୟବହାରଯୋଗ୍ୟ କରିବାକୁ ଗ୍ରାଇଣ୍ଡିଂ ମେଶିନ୍‌ ଯୋଗାଇଦିଆଯିବ। ତେବେ ଆସନ୍ତା ୧୫ଦିନ ମଧ୍ୟରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନା ଯେ, ଏହି ୩୦ହଜାର ବିଦ୍ୟୁତ୍‌ ଚାଳିତ କୁମ୍ଭାର ଚକ ମାଧ୍ୟମରେ ଦୈନିକ ୨କୋଟି ମାଟି ନିର୍ମିତ କପ୍‌, ଗ୍ଲାସ୍‌ ଓ ଅନ୍ୟାନ୍ୟ ପାତ୍ର ତିଆରି କରାଯାଇପାରିବ।
ସୂୂଚନା ଥାଉ କି, ଚଳିତ ବର୍ଷ ଜାନୁୟାରୀରୁ ହିଁ ଉତ୍ତରପ୍ରଦେଶର ବାରାଣସୀ ଓ ରାୟବରେଲୀର ରେଳଷ୍ଟେସନଗୁଡ଼ିକରେ ଏହି ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଯାହା ଫଳରେ ପ୍ଲାଷ୍ଟିକ୍‌ ସମସ୍ୟାର କିଛି ମାତ୍ରାରେ ସମାଧାନ ସମ୍ଭବ ହୋଇଥିବା ଲକ୍ଷ୍ୟ କରାଯାଇଛି। ଅନ୍ୟପଟେ କେଭିଆଇସିର ଏହି ପ୍ରସ୍ତାବକୁ ସ୍ବୀକାର କରି ରେଲଓ୍ବେ ପକ୍ଷରୁ ନିଜର ବିଭିନ୍ନ ରେଳପଥଗୁଡ଼ିକର ମୁଖ୍ୟଙ୍କୁ ଏନେଇ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri