ରେଳଯାତ୍ରୀଙ୍କ ସୁରକ୍ଷା ନେଇ ଟୋଲ୍‌ ଫ୍ରି ନମ୍ବର ଜାରି

ବଅଁରପାଳ,୧୫।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ରେଳଷ୍ଟେଶନଠାରେ ରେଳଯାତ୍ରୀଙ୍କୁ ସଚେତନତା କରାଇବା ପାଇଁ ଶନିବାର ପୋଲିସ ପକ୍ଷରୁ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। ଏହା ସହ ଏକ ଟୋଲ୍‌ ଫ୍ରି ନମ୍ବର ମଧ୍ୟ ଜାରି କରାଯାଇଛି। ଯଦି କୌଣସି ଯାତ୍ରୀ ମହିଳା ବା ଶିଶୁ ନିଜକୁ ଅସୁରକ୍ଷିତ ମନେକରନ୍ତି, ତେବେ ଯଥାଶୀଘ୍ର ସେହି ନମ୍ବରରେ ଯୋଗାଯୋଗ କରିବାକୁ ରେଳ ବିଭାଗ ପୋଲିସ ଅଧିକାରୀ ପ୍ରବୀର କୁମାର ମହାନ୍ତି କହିଛନ୍ତି। ଚଳନ୍ତା ଟ୍ରେନକୁ ଯଦି କେହି ପଥର ଫୋପାଡୁଛି, ଚୋରି, ଡକାୟତି, ଅପରାଧ ସଂକ୍ରାନ୍ତରେ କିଛି ସୂଚନା ମିଳେ, ତେବେ ଅନ୍ୟମାନେ ମଧ୍ୟ ନଂ. ୧୮୨ ସହ ଯୋଗାଯୋଗ କରିବାକୁ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ପୋଲିସ ଅଧିକାରୀ ରମେଶ ଚନ୍ଦ୍ର ବେହେରା, ଚୈତନ୍ୟ ପ୍ରସାଦ ବାଗ, ଲକ୍ଷ୍ମୀଧର ନାୟକଙ୍କ ସମେତ ବହୁ ପୋଲିସ ଅଧିକାରୀ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri