ରେଳଷ୍ଟେଶନରେ କାହିଁକି ଗାଉଥିଲେ ଗୀତ, ଭାବପ୍ରବଣ ହୋଇ ଏହାର ଖୁଲାସା କଲେ ରାନୁ ମଣ୍ଡଳ

ଏବେ ପଶ୍ଚିମବଙ୍ଗର ରାନୁ ମଣ୍ଡଳଙ୍କୁ ନେଇ ଥମୁନି ଚର୍ଚ୍ଚା। ରେଳ ଷ୍ଟେଶନରେ ଗୀତ ଗାଇ ପେଟ ପୋଷୁଥିବା ରାନୁଙ୍କ ଭାଗ୍ୟ ସମ୍ପୂର୍ଣ୍ଣ ବଦଳିଯାଇଛି। ସେ ଏବେ ସେଲିବ୍ରିଟି ପାଲଟି ଯାଇଛନ୍ତି। ନିକଟରେ ସେ ବଲିଉଡ୍‌ରେ ଗୀତ ଗାଇବା ପରେ ତାଙ୍କ ଜୀବନକୁ ନେଇ ଆହୁରି ଚର୍ଚ୍ଚା ଉଠିଛି। ଏକ ସଙ୍ଗୀତଭିତ୍ତିକ ରିଏଲିଟି ଶୋ’ ‘ସିଙ୍ଗିଙ୍ଗ୍‌ ସୁପରଷ୍ଟାର୍‌’ରେ ମୁଖ୍ୟ ଅତିଥି ଭାବେ ପହଞ୍ଚିଥିଲେ ରାନୁ। ରେଳ ଷ୍ଟେଶନରେ କାହିଁକି ଗୀତ ଗାଉଥିଲେ ବୋଲି ଶୋ’ର ହୋଷ୍ଟ୍‌ ଜୟ ଭାନୁଶାଳୀ ତାଙ୍କୁ ପଚାରିଥିଲେ। ରାନୁ ଏହାର ଉତ୍ତର ଦେବା ପୂର୍ବରୁ ଭାବପ୍ରବଣ ହୋଇଯାଇଥିଲେ। ମୋ ପାଖରେ ରହିବାକୁ ଘର ନ ଥିଲା କି ଖାଦ୍ୟ କିଣିବାକୁ ଟଙ୍କା ନ ଥିଲା। ରେଳ ଷ୍ଟେଶନରେ ଗୀତ ଗାଇଲେ ମୋତେ ଲୋକ ବିସ୍କୁଟ ଏବଂ କିଛି ଟଙ୍କା ଦେଇଯାଉଥିଲେ। ଏଥିରେ ମୋ ପେଟ ଭରି ଯାଉଥିଲା ବୋଲି ରାନୁ କହିଛନ୍ତି।

 

କିଛିଦିନ ତଳେ ଷ୍ଟେଶନରେ ଲତା ମଙ୍ଗେସ୍‌କରଙ୍କ ଗୀତ ‘ଏକ ପ୍ୟାର୍‌ କା ନଗମା’ ଗାଇ ଚର୍ଚ୍ଚାକୁ ଆସିଥିଲେ ରାନୁ। ସେ ଗାଇଥିବା ଗୀତର ଭିଡିଓ ସୋସିଆଲ ମିଡିଆରେ ନିଆଁ ଭଳି ବ୍ୟାପି ଯାଇଥିଲା। ରାନୁଙ୍କ କଣ୍ଠରୁ ଏହି ଗୀତ ଶୁଣି ଚାରିଆଡେ ତାଙ୍କର ପ୍ରଶଂସା କରାଯାଇଥିଲା। ଲୋକେ ତାଙ୍କୁ ମ୍ୟୁଜିକ ଇଣ୍ଡଷ୍ଟ୍ରୀର ଦ୍ବିତୀୟ ଲତା ଦିଦି ମିଳିଗଲେ ବୋଲି କହିଥିଲେ। ଏବେ ରାନୁଙ୍କୁ ଅନେକ ବଲିଉଡ୍‌ ଶୋ’ରେ ଗୀତ ଗାଇବା ଲାଗି ଅଫର ଆସୁଛି। ସେ ବଲିଉଡ୍‌ର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ହିମେଶ ରେଶମିଆଙ୍କ ଆଗାମୀ ଚଳଚ୍ଚିତ୍ରରେ ‘ହାପି ହାର୍ଡି ହିର୍‌’ର ତେରି ମେରି କାହାଣୀ ଗୀତରେ କଣ୍ଠଦାନ କରିବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

ପୋଲିସ ଫାଣ୍ଡି ନିକଟରୁ ସୁନା ଚେନ୍ ଲୁଟିନେଲେ ଲୁଟେରା, ପୋଲିସକୁ ଖୋଲା ଚାଲେଞ୍ଜ!

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ପୋଲିସ ବିଟ୍ ହାଉସ ନିକଟରୁ ଜଣେ ବ୍ୟକ୍ତିଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ । ଏକ ବାଇକରେ…

ଏଇ ଭାରତରେ

ପକ୍ଷୀ ଜୀବନ ଏବେ ସଙ୍କଟରେ। ଜଳବାୟୁ ପରିବର୍ତ୍ତନ,ସହରୀକରଣରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ବଂଶବୃଦ୍ଧି ନ ହୋଇ ବହୁ ପ୍ରଜାତିର ପକ୍ଷୀ ଏବେ ବିଲୁପ୍ତିର ଦ୍ୱାରଦେଶରେ।…

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri