ରେଳଷ୍ଟେଶନରେ ସୁରକ୍ଷିତ ମଣୁନାହାନ୍ତି ଯାତ୍ରୀ

ବ୍ରହ୍ମପୁର ଅଫିସ,୧୯ା୧-ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁର ରେଳଷ୍ଟେଶନ ଉପରେ ପ୍ରତିଦିନ ହଜାର ହଜାର ଲୋକ ନିର୍ଭର କରନ୍ତି। ଏହି ଷ୍ଟେଶନ ଦେଇ ବହୁ ଟ୍ରେନ ଚଳାଚଳ କରୁଛି। ଏଠାରୁ ଯାତ୍ରୀମାନେ ଭୁବନେଶ୍ୱର ଦେଇ କଲିକତା ଓ ଦିଲ୍ଲୀ ଯିବା ପାଇଁ ଏବଂ ଆନ୍ଧ୍ରପ୍ରଦେଶ ଦେଇ ସୁରଟ, ମୁମ୍ବାଇ, ତାମିଲନାଡୁ ଆଦିକୁ ଯାଇଥାନ୍ତି। ଦୈନିକ ବହୁ ଯାତ୍ରୀ ବିଭିନ୍ନ ସ୍ଥାନକୁ ଯିବାପାଇଁ ବ୍ରହ୍ମପୁର ରେଳଷ୍ଟେଶନକୁ ଆସୁଛନ୍ତି। ତେବେ ଏଠାରେ ଅସହାୟ ତଥା ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ସଂଖ୍ୟା ବଢ଼ୁଥିବାରୁ ଯାତ୍ରୀମାନେ ସୁରକ୍ଷିତ ମଣୁ ନଥିବା ଅଭିଯୋଗ ହେଉଛି। ବିଶେଷକରି ମହିଳା ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ଦିଗରେ କେହି ବି ଦୃଷ୍ଟି ଦେଉନାହାନ୍ତି।
ଶନିବାର ସକାଳେ ଭୁବନେଶ୍ୱର ଯିବା ପାଇଁ ଜଣେ ଯୁବତୀ ବ୍ରହ୍ମପୁର ରେଳଷ୍ଟେଶନକୁ ଆସିଥିଲେ। ସେ ଟିକେଟ ପାଇଁ କାଉଣ୍ଟରକୁ ଯାଉଥିବା ବେଳେ ଜଣେ ମାନସିକ ବିକାରଗ୍ରସ୍ତ ଯୁବକ ତାଙ୍କୁ ଭିଡି ନେଇଥିଲେ। ଏହାଦେଖି ସେଠାରେ ଥିବା ଲୋକେ ସମ୍ପୃକ୍ତ ମାନସିକ ବିକାରଗ୍ରସ୍ତଙ୍କୁ ଟାଣିଆଣି ରାସ୍ତାରେ ଛାଡ଼ିଥିଲେ। ପରେ ଯୁବତୀ ଜଣକ କାଉଣ୍ଟରରୁ ଟିକେଟ ନେଇ ଟ୍ରେନ ଆସିବା ପରେ ଭୁବନେଶ୍ୱର ଯାଇଥିଲେ। ଏପରି ଘଟଣା ଥରକୁ ଥର ହେଉଥିବାରୁ ମହିଳାଯାତ୍ରୀମାନେ ନିଜକୁ ସୁରକ୍ଷିତ ମଣୁନାହାନ୍ତି। ସରକାର ମହିଳା ଓ ଯୁବତୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଉଥିବା କହୁଥିବା ବେଳେ ଏଠାରେ କାର୍ଯ୍ୟରତ ଅଧିକାରୀମାନଙ୍କ ଖାମଖିଆଲ ନୀତି ଯୋଗୁ ଏଭଳି ଅଭାବନୀୟ ଘଟଣା ଘଟୁଛି। ରେଳଷ୍ଟେଶନରେ ଯାତ୍ରୀଙ୍କ ସୁରକ୍ଷା ପାଇଁ ସରକାରୀ ରେଳବାଇ ପୋଲିସ (ଜିଆରପି) ଓ ରେଳ ସୁରକ୍ଷା ବଳ (ଆର୍‌ପିଏଫ) ରହିଥିଲେ ମଧ୍ୟ ଏଭଳି କ୍ଷେତ୍ରରେ ମାନସିକ ଦିବ୍ୟାଙ୍ଗମାନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରୁ ନାହାନ୍ତି। ଅନ୍ୟପକ୍ଷରେ ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ପାଇଁ ସହରରେ ସରକାର ଅନେକ ଯୋଜନା କରିଛନ୍ତି। ହେଲେ ପ୍ରଶାସନ ଏଥିପ୍ରତି ଆନ୍ତରିକତା ଦେଖାଉ ନଥିବା ଦେଖିବାକୁ ମିଳିଛି। ଯଦ୍ଦ୍ବାରା ମାନସିକ ଅନଗ୍ରସରମାନେ ବସଷ୍ଟାଣ୍ଡ ଓ ରେଳଷ୍ଟେଶନରେ ଘୂରି ବୁଲୁଛନ୍ତି। ମହିଳାଯାତ୍ରୀଙ୍କୁ ସେମାନେ ସର୍ବସାଧାରଣରେ ଅସଦାଚରଣ ଉଦ୍ୟମ କରୁଥିଲେ ମଧ୍ୟ ଉଭୟ ପୋଲିସ, ପ୍ରଶାସନ ନୀରବଦ୍ରଷ୍ଟା ସାଜୁଛନ୍ତି। ପୀଡ଼ିତା ଲଜ୍ଜିତ ହୋଇ ଚୁପ ରହୁଛି। ପ୍ରଶାସନ ଏ ଦିଗରେ କୌଣସି ପଦକ୍ଷେପ ନ ନେଲେ ଆଗାମୀ ଦିନରେ ମହିଳା ଯାତ୍ରୀମାନେ ଏହି ମାନସିକ ବିକାରଗ୍ରସ୍ତମାନଙ୍କ ଦ୍ୱାରା ବଳାତ୍କାରର ଶିକାର ହେବେ ଏବଂ ସରକାର ଏଥିପାଇଁ ଦାୟୀ ରହିବେ ବୋଲି ଭାଜପା ପୂର୍ବତନ ଜିଲା ସଭାପତି କାହ୍ନୁ ଚରଣ ପତି କହିଛନ୍ତି। ଏ ନେଇ ଜିଆରପି ଥାନାଧିକାରୀ ସୁକାନ୍ତ ଭୋଇ ଯାତ୍ରୀଙ୍କ ସୁରକ୍ଷା ପ୍ରତି ପୋଲିସ ଯଥେଷ୍ଟ ଧ୍ୟାନ ଦେଉଛ ବୋଲି କହିଛନ୍ତି। ଶନିବାର ଷ୍ଟେଶନରେ ଘଟିଥିବା ଘଟଣା ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ...

ଘରୋଇ ହିଂସା ରୋକିବାକୁ ହେଲ୍ପଲାଇନ୍‌ ନମ୍ବର ଜାରି କଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଘରୋଇ ହିଂସା ରୋକିବା ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ପଦକ୍ଷେପ ନିଆଯାଇଛି। ବିଭିନ୍ନ ସମୟରେ ଅଭିଯୋଗକାରୀ...

ଓଡ଼ିଶା ବକ୍ସିଂ ଦଳର ଉତ୍ତରାଖଣ୍ଡ ଯାତ୍ରା

ବ୍ରହ୍ମପୁର-ଅଫିସ୍‌,୫ା୬- ଉତ୍ତରାଖଣ୍ଡର ରୁଦ୍ରପୁରରେ ଆସନ୍ତା ୮ରୁ ୧୩ତାରିଖ ପର୍ଯ୍ୟନ୍ତ ତୃତୀୟ ଜାତୀୟ ୟୁଥ୍‌ ପୁରୁଷ ଏବଂ ମହିଳା ବକ୍ସିଂ ଚାମ୍ପିୟନ୍‌ଶିପ୍‌ ଅନୁଷ୍ଠିତ ହେବ। ଏଥିରେ ଭାଗନେବା...

ଗଞ୍ଜାମ ଜିଲାର ୧୧୬୭ କ୍ୱାରାଣ୍ଟାଇନ ସେଣ୍ଟର ଉପରେ ନଜର ରଖୁଛି ୫୮ ପୋଲିସ ମୋବାଇଲ ଟିମ୍‌ , ରହିଛନ୍ତି ୫୫୦୨୫ ପ୍ରବାସୀ

ଛତ୍ରପୁର, ୧୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ୧୧୬୭ଟି କ୍ୱାରାଣ୍ଟାଇନ ସେଣ୍ଟର ରହିଛି। ଉକ୍ତ ସେଣ୍ଟରଗୁଡିକର ବାହାରେ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ଏଥିସହ...

ଲିଙ୍ଗରାଜ ଆଇନ୍‌ ମହାବିଦ୍ୟାଳୟ: ଶୈକ୍ଷିକ ବାତାବରଣ ପାଇଁ ଆନ୍ଦୋଳନ

ବ୍ରହ୍ମପୁର ଅଫିସ୍‌,୨୨ା୯-ଦକ୍ଷିଣ ଓଡ଼ିଶାର ଏକମାତ୍ର ସରକାରୀ ଆଇନ ମହାବିଦ୍ୟାଳୟ ତଥା ଲିଙ୍ଗରାଜ ଆଇନ ମହାବିଦ୍ୟାଳୟ ଏବେ ନାନା ଅବ୍ୟବସ୍ଥା ଘେରରେ ଗତିକରୁଛି । ପାଠ ପଢ଼ିବା...

ଗଞ୍ଜାମ ଜିଲା ଠିକାଦାର ସଂଘର ଆନ୍ଦୋଳନ : ବନ୍ଦ ହୋଇଯିବ ଉନ୍ନୟନ କାର୍ଯ୍ୟ

ବ୍ରହ୍ମପୁର ଅଫିସ୍‌,୧୬ା୧୧-ନିଖିଳ ଓଡ଼ିଶା ଠିକାଦାର ମହାସଂଘ ପକ୍ଷରୁ୍‌ ଡକାଯାଇଥିବା କାର୍ଯ୍ୟବନ୍ଦ ଆନ୍ଦୋଳନରେ ଗଞ୍ଜାମ ଜିଲା ଠିକାଦାର ସଂଘ ସାମିଲ୍‌ ହୋଇଛି। ଫଳରେ ଗତ ୧ ତାରିଖରୁ...

ଛାତ୍ରୀଙ୍କୁ ଆଡ୍‌ମିଟ୍‌ କାର୍ଡ ମିଳି ନ ଥିବା ପ୍ରସଙ୍ଗ: ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ବାପା

ଗଞ୍ଜାମ,୧୪।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷା ଆଉ ମାତ୍ର ୫ ଦିନ ଥିବା ବେଳେ ଗଞ୍ଜାମ ବ୍ଲକ ହୁମାଠାରେ ଥିବା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି....

ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା

ଗଞ୍ଜାମ,୨୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ...

Coronavirus Update


Archives

Model This Week

Why Dharitri