ରେଳଷ୍ଟେଶନ ପରିସରରୁ ଜବରଦଖଲ ଉଚ୍ଛେଦ

ବେତନଟୀ,୧୦ା୧୨(ଡି.ଏନ୍‌.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ ବିଭାଗ ବାଲେଶ୍ୱର କାର୍ଯ୍ୟାଳୟର ସହକାରୀ ଡିଭିଜନାଲ ଇଞ୍ଜିନିୟରଙ୍କ ପକ୍ଷରୁ ଜବରଦଖଲକାରୀଙ୍କୁ ଗତ ନଭେମ୍ବର ୭ ତାରିଖରେ ନୋଟିସ ଦିଆଯାଇଥିଲା। ନୋଟିସ ପାଇବାର ୧୫ ଦିନ ମଧ୍ୟରେ ଜବରଦଖଲ ଅଞ୍ଚଳ ଖାଲି କରିବା ପାଇଁ ନିର୍ଦ୍ଦେଶ ଥିଲା। ତେବେ ଉଚ୍ଛେଦ ନ କରିବା ପାଇଁ ଜବରଦଖଲ କରିଥିବା ଦୋକାନୀ ଓ ବ୍ୟବସାୟୀମାନଙ୍କ ପକ୍ଷରୁ ବେତନଟୀ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହଯୋଗରେ ବିଭାଗୀୟ ଉଚ୍ଚ କର୍ମକର୍ତ୍ତାଙ୍କୁ ନିବେଦନ କରାଯାଇଥିଲା। ମାତ୍ର ସୋମବାର ବିଭାଗୀୟ ଉଚ୍ଚ କର୍ମକର୍ତ୍ତାଙ୍କ ନିର୍ଦ୍ଦେଶରେ ରେଳ ବିଭାଗର ଆରପିଏଫ ପୋଲିସ ଫୋର୍ସ, ବେତନଟୀ ବିଡିଓ, ତହସିଲଦାର ଓ ସ୍ଥାନୀୟ ପୋଲିସଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri