ରେଳ ଅଣ୍ଡରବ୍ରିଜ ନିର୍ମାଣ ଦାବି: ୧୨ ଘଣ୍ଟା କେସିଙ୍ଗା ବନ୍ଦ

କେସିଙ୍ଗା, ୨୨।୧: କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ନିକଟରେ ରେଳ ଫାଟକ ରହିଛି। ଏହି ଫାଟକ ଦେଇ ୧୬ ନମ୍ବର ଜାତୀୟ ରାଜପଥ ଯାଇଛି। ଏହି ଫାଟକ ଦେଇ ଦିନରାତି ଟ୍ରେନ ଯିବାବେଳେ ପ୍ରାୟ ୧୬ ଘଣ୍ଟା ଗେଟ ବନ୍ଦ ରହୁଛି। ଫଳରେ ରାସ୍ତାରେ ଯାନବାହନ ଚଳାଚଳ ଦୀର୍ଘସମୟ ଧରି ବନ୍ଦ ରହୁଛି। କେସିଙ୍ଗା ରେଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ରେଳ ଫାଟକ ନିକଟରେ ସକାଳ ୯ଟାରୁ ଗଣଧାରଣା ଦିଆଯାଇଛି। କେସିଙ୍ଗା ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। କେସିଙ୍ଗା ରେଳ କ୍ରିୟାନୁଷ୍ଠାନ କମିଟିର ସଭାପତି ଦେବେନ୍ଦ୍ର ଭୁଜବଳଙ୍କ ନେତୃତ୍ୱରେ ଗଣଧାରଣା ଅନୁଷ୍ଠିତ ହୋଇଥିଲା। ଅଣ୍ଡରବ୍ରିଜ ନିର୍ମାଣ ପାଇଁ ଏହି ଗଣଧାରଣା ଜାରି ରହିବ ବୋଲି ସଭାପତି ପ୍ରକାଶ କରିଥିଲେ। କେସିଙ୍ଗାଠାରୁ ଭବାନୀପାଟଣା ଯିବା ପାଇଁ ସମସ୍ତ ବସ୍‌, ଟ୍ରକ, ଦୁଇ ଚକିଆ ଯାନବାହନ ଚାଲୁ ରହିଥିଲା। କେସିଙ୍ଗା ସହରରେ ବୁଧବାର ବ୍ୟବସାୟିକ କ୍ଷେତ୍ରରେ କୋଟି କୋଟି ଟଙ୍କା କ୍ଷତି ଘଟିଛି। ଏହି ଗଣଧାରଣାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତଚରଣ ଦାସ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri