ରେଳ ଧାରଣାରୁ ମିଳିଲା ଯୁବକଙ୍କ ମୁଣ୍ଡବିହୀନ ମୃତଦେହ:ଏଟିଏମ୍‌ ଓ ଆଧାର କାର୍ଡରୁ ମିଳିଲା ପରିଚୟ

ଚଣ୍ଡିଖୋଲ(ଡି.ଏନ୍‌.ଏ)/ବାଲିଚନ୍ଦ୍ରପୁର(ସ୍ବ.ପ୍ର.),୨୭।୮-ଗଞ୍ଜାମ ଜିଲା ବ୍ରହ୍ମପୁର ନିକଟସ୍ଥ ଗୋଳନ୍ଥରା ରେଳଧାରଣା ପାର୍ଶ୍ୱରୁ ମଙ୍ଗଳବାର ଜଣେ ଯୁବକଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ପକେଟରୁ ମିଳିଥିବା ଏଟିଏମ୍‌ ଓ ଆଧାର କାର୍ଡରୁ ସେ ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଳାଶ୍ରୀ ଗ୍ରାମର ସୂର୍ଯ୍ୟମଣୀ ସାହୁଙ୍କ ପୁଅ ହରିହର ସାହୁ (୨୮) ବୋଲି ଜଣାପଡ଼ିଛି। ଏହି ଖବର ଜଣାପଡ଼ିବା ପରେ ହରିହରଙ୍କ ଗ୍ରାମରେ ଏକ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଥାଉକି ହରିହର ସୋମବାର ଅପରାହ୍ନ ୫ଟା ବେଳେ ଘରୁ କେଉଁଆଡ଼େ ପଳାଇ ଯାଇଥିଲେ। ପରିବାର ଲୋକ ବହୁ ଖୋଜାଖୋଜି ପରେ ନ ପାଇବାରୁ ଶେଷରେ ରାତିରେ ବାଲିଚନ୍ଦ୍ରପୁର ଥାନାରେ ନିଖୋଜ ସମ୍ପର୍କିତ ଏକ ଏତଲା ଦେଇଥିଲେ। ମଙ୍ଗଳବାର ସକାଳେ ମୁଣ୍ଡବିହୀନ ଶରୀର ରେଳ ଧାରଣାରେ ପଡ଼ିଥିବାନେଇ ଖବର ପାଇବା ପରେ ଜିଆର୍‌ପି ସେଠାରେ ପହଞ୍ଚତ୍ ମୃତଦେହ ଉଦ୍ଧାର କରିଥିଲା। ଏଥିସହ ପକେଟରେ ଥିବା ଏଟିଏମ୍‌ କାର୍ଡ, ଆଧାର କାର୍ଡ ଏବଂ କଟକରୁ ବ୍ରହ୍ମପୁର ପର୍ଯ୍ୟନ୍ତ ରେଳ ଟିକେଟ୍‌ ଜବତ କରିଥିଲା। ଏଟିଏମ୍‌ ଓ ଆଧାର କାର୍ଡରେ ହରିହରଙ୍କ ନାମ ଲେଖାଯାଇଥିବାରୁ ପୋଲିସ ତାଙ୍କ ପରିବାର ସହ ଯୋଗାଯୋଗ କରିଥିଲା। ପରେ ପରିବାର ଲୋକ ଘଟଣାସ୍ଥଳକୁ ଯାଇ ମୃତଦେହ ଚିହ୍ନଟ କରିବା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

ଗଡ଼ମଧୁପୁରରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ, ରାଜବାଟି ବୁଲି ଫ୍ୟାନ୍ସଙ୍କ ସହ ଫଟୋ ଉଠାଇଲେ

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଗଡ଼ମଧୁପୁର ରାଜବାଟିରେ ବଲିଉଡର ପ୍ରସିଦ୍ଧ କଣ୍ଠଶିଳ୍ପୀ ଅରିଜିତ ସିଂ ପହଞ୍ଚିବା ପରେ ତାଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଦେଖିବାକୁ...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri