ବ୍ରହ୍ମପୁର ଅଫିସ,୧୭ା୪-ରେଳବାଇ ପୋଲିସ ସ୍ଥାନୀୟ ନାରୀ ସେବା ସଦନ ନିକଟ ରେଳ ଧାରଣାରୁ ମଙ୍ଗଳବାର ସକାଳେ ଜଣେ ଯୁବକ ଓ ଜଣେ ମହିଳାଙ୍କ ମୃତଦେହ ଜବତ କରିଥିଲା। ସେଠାରୁ ମିଳିଥିବା ମୋବାଇଲ ଫୋନରୁ ଯୁବକଙ୍କ ପରିବାର ସହ ପୋଲିସ ଯୋଗାଯୋଗ କରିଥିଲା। ପୋଲିସଠାରୁ ସୂଚନା ପାଇ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ଖରିଡା ଗ୍ରାମର ଲକ୍ଷ୍ମୀ ନାହାକ ଓ ତାଙ୍କ ସାନ ପୁଅ ବିକ୍ରମ ଘଟଣାସ୍ଥଳରେ ପହଞ୍ଚିଥିଲେ। ମୃତ ଯୁବକ ଜଣକ ନିଜ ପୁଅ ଗୋପାଳ ବୋଲି ଲକ୍ଷ୍ମୀ ଚିହ୍ନଟ କରିଥିବା ପୋଲିସ ସ୍ପଷ୍ଟ କରିଛି। ସେହିପରି ମୃତ ମହିଳା ଜଣକ କୁକୁଡ଼ଖଣ୍ଡିର ଦେବକୀ ଦାସ ବୋଲି ତାଙ୍କ ଶ୍ୱଶୁର ମେଡିକାଲରେ ଚିହ୍ନଟ କରିଛନ୍ତି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ମୃତଦେହ ୨ଟି ପଞ୍ଚନାମା କରାଯାଇଛି। ୧୧/୧୯ରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରାଇଛି। ଅନୈତିକ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଉଭୟେ ଆତ୍ମହତ୍ୟା କରିଥିବା ପୋଲିସ ସନ୍ଦେହ କରୁଛି। ଗୋପାଳ ଇଚ୍ଛାପୁର ଅଞ୍ଚଳରେ ଏକ ଇଟାଭାଟିରେ ଶ୍ରମିକ କାମ କରୁଥିଲେ। କିଛିଦିନ ତଳେ ସେ ଗ୍ରାମକୁ ଆସିଥିଲେ। ସୋମବାର ଅପରାହ୍ନରେ ଇଚ୍ଛାପୁର ଯାଉଛି କହି ଘରୁ ବାହାରିଥିଲେ ବୋଲି ତାଙ୍କ ମା’ ଗଣମାଧ୍ୟମକୁ କହିଛନ୍ତି।
Posted inଆଞ୍ଚଳିକ ଖବର, ବାଲେଶ୍ୱର View All
ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…
ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍ପେଣ୍ଡ ହେଲେ ୨ ଏଏନଏମ
ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...
ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା
ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...
ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ
ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ
ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...
ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ
ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...
Archives


