ରେଳ ବୋର୍ଡରୁ ବାଦ୍‌ ପଡ଼ିବେ ୨୫% ଅଧିକାରୀ

ନୂଆଦିଲ୍ଲୀ,୨୦-୧୧: ରେଳବୋର୍ଡରୁ ୨୫% କର୍ମଚାରୀ ବାଦ ଦେବା ଲାଗି ରେଲଓ୍ବେ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ପଦକ୍ଷେପ ଅନ୍ତର୍ଗତ ରେଲଓ୍ବେ ୨୫% କର୍ମଚାରୀଙ୍କୁ ଅନ୍ୟତ୍ର ପଠାଇ ଦେବ। ବୋର୍ଡର ସଦସ୍ୟଙ୍କ ସଂଖ୍ୟା ୨୦୦ରୁ ୧୫୦କୁ ହ୍ରାସ କରିବାକୁ ରେଲଓ୍ବେ ଏଭଳି ଯୋଜନା ହାତକୁ ନେଇଛି। ବୋର୍ଡର ଦକ୍ଷତାକୁ ବୃଦ୍ଧି କରିବା ଲକ୍ଷ୍ୟରେ ଏଭଳି ନିଷ୍ପତ୍ତି ହୋଇଛି। ନିର୍ଦ୍ଦେଶକ ସ୍ତରୀୟ କିମ୍ବା ଏହାଠାରୁ ଉଚ୍ଚ ପଦବୀରେ ଥିବା କର୍ମଚାରୀଙ୍କୁ ଜୋନ ସ୍ତରକୁ ପଠାଇବା ଲାଗି ଯୋଜନା ଧାର୍ଯ୍ୟ ହୋଇଛି। ୫୦ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ସୋମବାର ଜାରି ହୋଇଥିବା ରେଲଓ୍ବେ ପକ୍ଷରୁ ସୂଚନା ଦିଆଯାଇଛି। ଆଇଆର୍‌ଏସ୍‌ଇ ଏବଂ ଆଇଆରଟିଏସ୍‌ ଭଳି କ୍ୟାଡରୁ ୧୦ ଜଣ ଲେଖାଏ, ଆଇଆର୍‌ଏସ୍‌ଏମ୍‌ଇରୁ ୬, ଆଇଆରଏସ୍‌ଇଇ,ଆଇଆର୍‌ଏସ୍‌ ଏସ୍‌ଇରୁ ୫ ଲେଖାଏ, ଆଇଆର୍‌ଏସ୍‌ଏସ୍‌ ଏବଂ ଆଇଆର୍‌ପିଏସ୍‌ ଭଳି ବର୍ଗରୁ ୩ ଜଣ ଲେଖାଏ ବଦଳି ହେବେ। ସେହିଭଳି ଆର୍‌ପିଏଫରୁ ଜଣେ ଲେଖାଏ ବଦଳି ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri