ରେଳ ସପ୍ତାହ ବାର୍ଷିକ ପୁରସ୍କାର ପ୍ରଦାନ;ଖୋର୍ଦ୍ଧା ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲ୍‌ଡ

ଭୁବନେଶ୍ୱର,୮-୬: ପୂର୍ବତଟ ରେଳପଥ ପକ୍ଷରୁ ୬୪ତମ ରେଳ ସପ୍ତାହ ସ୍ଥାନୀୟ ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ବିଦ୍ୟାଭୂଷଣ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏଥିରେ ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରଗତିଶୀଳ ଉଦ୍ଦେଶ୍ୟ ଏବଂ କର୍ତ୍ତବ୍ୟ ସମ୍ପାଦନ ଦ୍ୱାରା ରେଲଓ୍ବେରେ ଉତ୍କର୍ଷତା ଆଣିଥିବାରୁ କର୍ମଚାରୀଙ୍କୁ ମହାପ୍ରବନ୍ଧକ କୃତଜ୍ଞତା ଜ୍ଞାପନ କରିଥିଲେ। କାର୍ଯ୍ୟ ଦକ୍ଷତା ଲାଗି ଖୋର୍ଦ୍ଧାରୋଡ ରେଳ ମଣ୍ଡଳକୁ ସାମଗ୍ରିକ ଦକ୍ଷତା ସିଲ୍‌ଡ ପ୍ରଦାନ କରାଯାଇଛି। ସେହିଭଳି କଟକ ରେଳ ଷ୍ଟେଶନକୁ ଉତ୍ତମ ବୃହତ୍ତ ପରିଛନ୍ନ ଷ୍ଟେଶନ, କୋରାପୁଟ ନିକଟସ୍ଥ ମାନବାର ରେଳ ଷ୍ଟେଶନକୁ ଉତ୍ତମ ଶ୍ରେଷ୍ଠ ପରିଛନ୍ନ ଷ୍ଟେଶନ ସିଲ୍‌ଡ ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ରେଳପଥର ବରିଷ୍ଠ ଉପମହାପ୍ରବନ୍ଧକ ହେମନ୍ତ କୁମାର ଦତ୍ତ ଏବଂ ଅଶୋକ କୁମାର ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ, କର୍ମଚାରୀମାନେ ଏହି ଅବସରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri