ରେଷ୍ଟୁରାଣ୍ଟ, ବାର୍‌, କଫି ଶପ୍‌ ବନ୍ଦ

ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍‌-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଇତ୍ୟାଦିକୁ ବନ୍ଦ କରି ସାରିବା ପରେ ଏବେ ରେଷ୍ଟୁରାଣ୍ଟ, ବାର, କଫି ଶପ ଏବଂ ଅଧିକ ସଂଖ୍ୟାରେ ଜମା ହେଉଥିବା ଫାଷ୍ଟଫୁଡ ଦୋକାନଗୁଡିକୁ ବନ୍ଦ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ସଂସ୍ଥାଗୁଡିକୁ ସରକାରଙ୍କ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ କୁହାଯାଇଛି। ଏଥିସହିତ ରାଜ୍ୟରେ ଥିବା ସମସ୍ତ ବଡବଡ ହୋଟେଲ ଓ ଗେଷ୍ଟ ହାଉସଗୁଡିକରେ ଅତିଥିମାନଙ୍କ ମଧ୍ୟରେ ଅତି କମରେ ୨ ମିଟର ସୋସିଆଲ ଡିଷ୍ଟାନ୍ସ ବା ସାମାଜିକ ଦୂରତ୍ୱ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଅତିଥି ଏବଂ ଗ୍ରାହକମାନେ କିପରି ନିଜକୁ ପରସ୍ପରଠାରୁ ଦୂରେଇ ରଖିବେ ସେ ନେଇ ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦିଆଯାଇଛି।
ଏଥିସହିତ ସହରଗୁଡିକରେ ଚଳାଚଳ କରୁଥିବା ଟ୍ୟାକ୍ସି, ଅଟୋ ରିକ୍ସା ଉପରେ ମଧ୍ୟ କଟକଣା ରଖାଯାଇଛି। ନୂଆଦିଲ୍ଲୀରେ ଲାଗୁ ହୋଇଥିବା ଅଡ୍‌ ଆଣ୍ଡ ଇଭିନ୍‌ ନମ୍ବର ଭଳି ଟ୍ୟାସ୍କି ଏବଂ ଅଟୋ ରିକ୍ସାଗୁଡିକ ରୋଟେଶନ ବେସିସ୍‌ରେ ଦିନେ ଛାଡି ଦିନେ ଚଳାଚଳ କରିବେ। ସମ୍ପୃକ୍ତ ପୌରାଞ୍ଚଳ କର୍ତ୍ତୃପକ୍ଷମାନେ ଏହାକୁ ରେଗୁଲେଟ କରିବେ। ଏଥିସହିତ ହାଟ, ଗ୍ରାମାଞ୍ଚଳ ହାଟ, ଶପିଂ କମ୍ପ୍ଲେକ୍ସଗୁଡିକରେ କେବଳ ଖାଦ୍ୟ ସାମଗ୍ରୀ ଯଥା ତେଜରାତି, ପନିପରିବା, ମାଛ, ଚିକେନ, ମଟନ୍‌, ଅଣ୍ଡା ଏବଂ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ବିକ୍ରି ହେବ ।
ଗୋଟିଏ ଜାଗାରେ ୭ ଜଣରୁ ଅଧିକ ଲୋକ ଯେପରି ଏକାଠି ହୋଇ ନ ପାରିବେ ସେ ନେଇ ପଦକ୍ଷେପ ନେବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସମସ୍ତ ମହାନଗର ନିଗମ କମିଶନର, ପୋଲିସ କମିଶନର, ଜିଲାପାଳଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri