Posted inଖେଳ

ରେସ୍‌ଲିଂ ବିଶ୍ୱ ଚାମ୍ପିୟନଶିପ୍‌: ଭିନେଶ୍‌ଙ୍କ ଟାଇଟଲ୍‌ ଆଶା ମଉଳିଲା

ନୁର୍‌-ସୁଲତାନ (କାଜାଖସ୍ତାନ), ୧୭।୯ (ପି.ଟି.)- ଏଠାରେ ଚାଲିଥିବା ରେସ୍‌ଲିଂ ବିଶ୍ୱ ଚାମ୍ପିୟନଶିପ୍‌ରେ ଷ୍ଟାର୍‌ ଭାରତୀୟ ମହିଳା ରେସ୍‌ଲର ଭିନେଶ ଫୋଗତଙ୍କ ଟାଇଟଲ୍‌ ଜିତିବା ଆଶା ମଉଳି ଯାଇଛି। ମଙ୍ଗଳବାର ଅନୁଷ୍ଠିତ ମହିଳା ୫୩ କିଗ୍ରା ବିଭାଗର ଏକ ବାଉଟ୍‌ରେ ଫୋଗତ୍‌ ଡିଫେଣ୍ଡିଂ ଚାମ୍ପିୟନ ଜାପାନର ମାୟୁ ମୁକାଇଡାଙ୍କ ନିକଟରୁ ହାରି ଯାଇଛନ୍ତି। ଚଳିତ ସିଜନରେ ଜାପାନର ମାୟୁଙ୍କ ବିପକ୍ଷରେ ଫୋଗତ୍‌ଙ୍କ ଏହା ଲଗାତର ୨ୟ ପରାଜୟ। ଏଥିପୂର୍ବରୁ ଚାଇନାରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପ୍‌ରେ ମାୟୁଙ୍କ ନିକଟରୁ ତାଙ୍କୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। ପରାଜୟ ସତ୍ତ୍ୱେ ରାଜ୍ୟଗୋଷ୍ଠୀ ଓ ଏସିଆନ ଗେମ୍ସ ଟାଇଟଲ୍‌ ବିଜୟିନୀ ୨୫ ବର୍ଷୀୟା ଫୋଗତ୍‌ଙ୍କ ପଦକ ଆଶା ଉଜ୍ଜିବୀତ ରହିଛି। ସେମିଫାଇନାଲରେ ପ୍ରବେଶ କରିଥିବା ମାୟୁ ଯଦି ଫାଇନାଲ ଟିକେଟ୍‌ ହାସଲ କରନ୍ତି ତେବେ ଭିନେଶ ରିପେଜ ରାଉଣ୍ଡ ଜରିଆରେ ବ୍ରୋଞ୍ଜ ପଦକ ସହ ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲର କରିବାର ସୁଯୋଗ ପାଇବେ। ସେହିଭଳି ମହିଳା ୫୦ କିଗ୍ରା ବିଭାଗର ଏକ ବାଉଟ୍‌ରେ ସୀମା ବିସଲା ପ୍ରି-କ୍ୱାର୍ଟରରେ ୨-୯ରେ ୩ଥର ଅଲିମ୍ପିକ ପଦକ ବିଜୟିନୀ ମାରିୟା ଷ୍ଟାଡ୍‌ନିକଙ୍କ ନିକଟରୁ ହାରିଯାଇଛନ୍ତି। ସୀମାଙ୍କ ନିକଟରେ ମଧ୍ୟ ବ୍ରୋଞ୍ଜ ପଦକ ଜିତିବାର ସୁଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri