ରୋଗୀଙ୍କ ଜୀବନ ସହ ଖେଳ: ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ବୁହା

ତାଳଚେର,୮ା୮(ନି.ପ୍ର.)  ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି ଘଟଣା ଜଣାପଡ଼ିବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସ୍ବେଚ୍ଛାସେବୀ ସଙ୍ଗଠନ ଦି ନ୍ୟୁ ହରାଇଜନ ପକ୍ଷରୁ ବୁଧବାର ବର୍ଜ୍ୟବସ୍ତୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ଅଟକାଇ ତାଳଚେର ଥାନା ଜିମାରେ ଦିଆଯିବା ସହ ଏ ନେଇ ଏକ ଏତଲା ମଧ୍ୟ ଦିଆଯାଇଛି।
ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଟିଟିପିଏସ୍‌ ଡାକ୍ତରଖାନାରେ ଥିବା ଏକ ଆମ୍ବୁଲାନ୍ସ (ନଂ. ଓଡି ୩୫-୭୩୦୬)ରେ ବର୍ଜ୍ୟବସ୍ତୁ (ବ୍ୟବହୃତ ସିରିଞ୍ଜ, ତୁଳା, ସାଲାଇନ ବୋତଲ, ଗଜ) ପରିବହନ କରାଯାଉଥିଲା। ଏହା ଜଣାପଡ଼ିବା ପରେ ସଙ୍ଗଠନର ସଦସ୍ୟମାନେ ଥର୍ମାଲ ଆନନ୍ଦବଜାର ଠାରେ ଗାଡ଼ିକୁ ଅଟକାଇ ଥିଲେ। ଡୋର୍‌ ଖୋଲିବା ପରେ ଗାଡି ଭିତରେ ଡଷ୍ଟବିନରେ ବର୍ଜ୍ୟବସ୍ତୁ ଭର୍ତ୍ତି ରହିଥିବା ଦେଖିବାକୁ ମିଳିଥିଲା। ଏହାକୁ କଣିହାଁ ଡାକ୍ତରଖାନା ପରିସରରେ ଥିବା ୱେଷ୍ଟ ମ୍ୟାନେଜମେଣ୍ଟକୁ ନିଆଯାଉଥିବା ଆମ୍ବୁଲାନ୍ସ ଚାଳକ କହିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଗୁରୁତର ରୋଗୀଙ୍କୁ ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସ ମିଳୁ ନ ଥିବା ବେଳେ ଏଥିରେ ବର୍ଜ୍ୟବସ୍ତୁ ପରି ସଂକ୍ରମିତ ସାମଗ୍ରୀ ନିଆଯିବା ଅତ୍ୟନ୍ତ ଉଦ୍‌ବେଗର ବିଷୟ। ଏହାଦ୍ୱାରା ରୋଗୀଙ୍କ କ୍ଷେତ୍ରରେ ସଂକ୍ରମଣ ଆଶଙ୍କା ବୃଦ୍ଧି ପାଇବ। ସେମାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି ହେବ। ଏହା ଜାଣି ବି ଡାକ୍ତରଖାନା ପକ୍ଷରୁ ଏପରି କାର୍ଯ୍ୟ କରାଯାଇଥିବାରୁ ଗାଡ଼ିକୁ ଥାନା ଜିମା ଦିଆଯାଇଛି। ତୁରନ୍ତ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସଙ୍ଗଠନ ପକ୍ଷରୁ ଦାବି କରାଯାଇଛି। ଅଭିଯୋଗ ପାଇବା ପରେ ତାଳଚେର ଥାନା ଆଇଆଇସି ସୌଭାଗ୍ୟ ଚନ୍ଦ୍ର ସ୍ବାଇଁ ତୁରନ୍ତ ଉପଜିଲାପାଳ ଓ ଏସ୍‌ଡିପିଙ୍କୁ ଘଟଣା ସମ୍ପର୍କରେ ଅବଗତ କରିଥିଲେ। ଏଥିସହ ହସ୍‌ପିଟାଲ କର୍ତ୍ତୃପକ୍ଷଙ୍କୁ ଥାନାକୁ ଡକାଇଥିଲେ। ଆଗାମୀ ଦିନରେ ଏପରି କାର୍ଯ୍ୟର ପୁନରାବୃତ୍ତି ହେବ ନାହିଁ ବୋଲି ଡାକ୍ତରଖାନା କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିବା ଆଇଆଇସି ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଟିଟିପିଏସ୍‌ ସିଏମ୍‌ଓ ରଞ୍ଜିତା ସାହୁ କହିଛନ୍ତି, ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ନିଆଯାଉ ଥିଲା। ଗାଡି ନ ଥିବାରୁ କେବେ କେବେ ଆମ୍ବୁଲାନ୍ସକୁ ଏଥିପାଇଁ ବ୍ୟବହାର କରାଯାଇଥାଏ। ଟିଟିପିଏସ୍‌ ଡିଜିଏମ୍‌ ସମୀତ ଦେ କହିଛନ୍ତି, ଆମ୍ବୁଲାନ୍ସ ଥାନାରେ କ’ଣ ପାଇଁ ଅଛି ତାହା ଜାଣିନାହିଁ। ସିଏମ୍‌ଓଙ୍କୁ ପଚାରିବା ପରେ ଜଣାପଡିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri