ରୋଗୀଙ୍କ ମୃତ୍ୟୁକୁ ନେଇ ପିଆରଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୦।୩(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ପିଆରଏମ୍‌ ମେଡିକାଲରେ ଭୁଲ ଚିକିତ୍ସା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ସମ୍ପର୍କୀୟମାନେ ପ୍ରତିବାଦରେ ଭଙ୍ଗାରୁଜା କରିଥିଲେ। ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ମୃତକ ହେଲେ ବାରିପଦା ସହର ପୁରୁଣାହାଟ ସାହିର ମମତା ବିଶ୍ବାଳ।

ପିଆରଏମ୍‌ ମେଡିକାଲର ମହିଳା ମେଡିସିନ ବିଭାଗରେ ମମତା ୬ଦିନ ହେବ ମ୍ୟାଲେରିଆରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର ମଧ୍ୟାହ୍ନ ୧୨ଟା ବେଳେ ମମତା ଅଧିକ ଅସୁସ୍ଥ ହୋଇପଡିବାରୁ ତାଙ୍କ ପରିବାର ଲୋକେ ତୁରନ୍ତ ଡ୍ୟୁଟିରେ ଥିବା ଡାକ୍ତର ଏବଂ ନର୍ସଙ୍କୁ ଡାକିଥିଲେ। ବାରମ୍ବାର ଅନୁରୋଧ କରିବା ସତ୍ତ୍ବେ ତାଙ୍କୁ ଚିକିତ୍ସା କରାଯିବାରେ ବିଳମ୍ବ କରାଯାଇଥିଲା। ବହୁ କାକୁତି ମିନତି ହେବା ପରେ ଡାକ୍ତର ଆସି ତରବରିଆ ଭାବେ ରୋଗୀଙ୍କୁ ଏକ ଇଞ୍ଜେକଶନ ଦେଇଥିଲେ। ସେ ଇଞ୍ଜେକ୍ସନ ଦେବା ପରେ ରୋଗୀ ଯନ୍ତ୍ରଣାରେ ଛଟପଟ ହୋଇ ମୃତ୍ୟୁବରଣ କରିଥିଲେ। ଯାହାକୁ ନେଇ ତାଙ୍କ ପରିବାରଲୋକଙ୍କ ମଧ୍ୟରେ ପ୍ରତିକ୍ରୟା ପ୍ରକାଶ ପାଇଥିଲା। ବାରିପଦା ଟାଉନଥାନା ପୋଲିସ ପହଞ୍ଚି ଉକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri