ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍‌ସରଙ୍କ ଆକ୍ରମଣ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ) : ହସ୍ପିଟାଲ ପରିସରରେ ବାଉନ୍‌ସରଙ୍କ ଉପତ୍ାତ ଦିନକୁ ଦିନ ବଢ଼ିବାରେ ଲାଗିଛି। ରବିବାର ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ବାଉନ୍‌ସର ଆକ୍ରମଣ କରିଥିଲେ। ଏହାକୁ ନେଇ ହସ୍ପିଟାଲ ପରିସରରେ ପ୍ରବଳ ଉତ୍ତେଜନା ସୃଷ୍ଟି ହୋଇଥିଲା। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୂଚନା ମୁତାବକ ଆଇଆରସି ଭିଲେଜରେ ରହୁଥିବା ସର୍ବେଶ୍ୱର ସାମଲ ପୁଅ ଅସିତଙ୍କ ପେଟରେ ଥିବା ଷ୍ଟୋନ ଅପରେଶନ ପାଇଁ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ରବିବାର ଅପରେଶନ ହେବାକୁ ଥିବା ବେଳେ ଡାକ୍ତରଙ୍କ ସହ ପରାମର୍ଶ ପାଇଁ ସର୍ବେଶ୍ୱରଙ୍କୁ ଉପରକୁ ଯିବାକୁ ବାଉନ୍‌ସର ଦେଇ ନ ଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ଆରମ୍ଭ ହୋଇଥିଲା। ଏ ନେଇ ସର୍ବେଶ୍ୱରଙ୍କ ସମ୍ପର୍କୀୟମାନେ ପହଞ୍ଚତ୍ୟିବାରୁ ଉଭୟଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏଥିରେ ସର୍ବେଶ୍ୱରଙ୍କ ସମ୍ପର୍କୀୟ ମନୋଜ କୁମାର ସାମଲଙ୍କ ମୁଣ୍ଡଫାଟି ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଏ ନେଇ ସର୍ବେଶ୍ୱରଙ୍କ ଅଭିଯୋଗ କ୍ରମେ ପୋଲିସ ହସ୍ପିଟାଲ ପରିସରର ସିସିଟିଭି ଫୁଟେଜକୁ ଯାଞ୍ଚ କରିଥିଲା। ଆକ୍ରମଣ କରିଥିବା ଅଭିଯୁକ୍ତ ବାଉନ୍‌ସରମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରତିଶ୍ରୁତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri